1 Kings 15:13 in Oriya 13 ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ିଦେଲେ।
Other Translations King James Version (KJV) And also Maachah his mother, even her he removed from being queen, because she had made an idol in a grove; and Asa destroyed her idol, and burnt it by the brook Kidron.
American Standard Version (ASV) And also Maacah his mother he removed from being queen, because she had made an abominable image for an Asherah; and Asa cut down her image, and burnt it at the brook Kidron.
Bible in Basic English (BBE) And he would not let Maacah his mother be queen, because she had made a disgusting image for Asherah; and Asa had the image cut down and burned by the stream Kidron.
Darby English Bible (DBY) And also Maachah his mother he removed from being queen, because she had made an idol for the Asherah; and Asa cut down her idol, and burned it in the valley of Kidron.
Webster's Bible (WBT) And also Maachah his mother, even her he removed from being queen, because she had made an idol in a grove; and Asa destroyed her idol, and burnt it by the brook Kidron.
World English Bible (WEB) Also Maacah his mother he removed from being queen, because she had made an abominable image for an Asherah; and Asa cut down her image, and burnt it at the brook Kidron.
Young's Literal Translation (YLT) and also Maachah his mother -- he turneth her aside from being mistress, in that she made a horrible thing for a shrine, and Asa cutteth down her horrible thing, and burneth `it' by the brook Kidron;
Cross Reference Exodus 32:20 in Oriya 20 ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ-ସନ୍ତାନଗଣକୁ ପିଆଇଲେ।
Leviticus 26:30 in Oriya 30 ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
Deuteronomy 7:5 in Oriya 5 ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ ବ୍ୟବହାର କରିବ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ହାଣି ପକାଇବ, ପୁଣି ସେମାନଙ୍କ ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ।
Deuteronomy 9:21 in Oriya 21 ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।
Deuteronomy 13:6 in Oriya 6 ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେ କୌଣସି ଗୋଷ୍ଠୀର ଯେ କୌଣସି ଦେବତା ହେଉ,
Deuteronomy 33:9 in Oriya 9 ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”
Joshua 6:24 in Oriya 24 ଆହୁରି ଲୋକମାନେ ନଗର ଓ ତନ୍ମଧସ୍ଥିତ ସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ରଖିଲେ।
2 Samuel 15:23 in Oriya 23 ତେଣୁ ଦେଶଯାକ ଉଚ୍ଚୈଃସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇ ଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତରପଥ ଆଡ଼େ ଗଲେ।
1 Kings 15:2 in Oriya 2 ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
1 Kings 15:10 in Oriya 10 ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜ୍ୟ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
2 Kings 18:4 in Oriya 4 ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।
2 Kings 23:6 in Oriya 6 ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।
2 Kings 23:12 in Oriya 12 ଆଉ ଯିହୁଦାର ରାଜାମାନେ ଆହସ୍ର ଉପରିସ୍ଥ କୋଠରୀ ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡି ଦେଲେ।
2 Chronicles 15:15 in Oriya 15 ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।
2 Chronicles 34:4 in Oriya 4 ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍ଦେବଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରା ମୂର୍ତ୍ତି, ଖୋଦିତ-ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ।
Zechariah 13:3 in Oriya 3 ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।
Matthew 10:37 in Oriya 37 ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।
Matthew 12:46 in Oriya 46 ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।
John 18:1 in Oriya 1 ଯୀଶୁ ଏହି ସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ।
2 Corinthians 5:16 in Oriya 16 ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।
Galatians 2:5 in Oriya 5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ।
Galatians 2:14 in Oriya 14 କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?