1 Kings 16:31 in Oriya 31 ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍ବାଲ ରାଜାର କନ୍ୟା ଈଷେବଲକୁ ବିବାହ କଲେ ଓ ଯାଇ ବାଲ୍ର ସେବା କରି ତାହାକୁ ପ୍ରଣାମ କଲେ।
Other Translations King James Version (KJV) And it came to pass, as if it had been a light thing for him to walk in the sins of Jeroboam the son of Nebat, that he took to wife Jezebel the daughter of Ethbaal king of the Zidonians, and went and served Baal, and worshipped him.
American Standard Version (ASV) And it came to pass, as if it had been a light thing for him to walk in the sins of Jeroboam the son of Nebat, that he took to wife Jezebel the daughter of Ethbaal king of the Sidonians, and went and served Baal, and worshipped him.
Bible in Basic English (BBE) And as if copying the evil ways of Jeroboam, the son of Nebat, was a small thing for him, he took as his wife Jezebel, daughter of Ethbaal, king of Zidon, and became a servant and worshipper of Baal.
Darby English Bible (DBY) And it came to pass, as if it was a light thing for him to walk in the sins of Jeroboam the son of Nebat, that he took as wife Jezebel the daughter of Ethbaal king of the Zidonians; and he went and served Baal and worshipped him.
Webster's Bible (WBT) And it came to pass, as if it had been a light thing for him to walk in the sins of Jeroboam the son of Nebat, that he took to wife Jezebel the daughter of Ethbaal king of the Zidonians, and went and served Baal, and worshiped him.
World English Bible (WEB) It happened, as if it had been a light thing for him to walk in the sins of Jeroboam the son of Nebat, that he took as wife Jezebel the daughter of Ethbaal king of the Sidonians, and went and served Baal, and worshiped him.
Young's Literal Translation (YLT) And it cometh to pass -- hath it been light his walking in the sins of Jeroboam son of Nebat? -- then he taketh a wife, Jezebel daughter of Ethbaal, king of the Zidonians, and goeth and serveth Baal, and boweth himself to it,
Cross Reference Genesis 6:2 in Oriya 2 ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
Genesis 30:15 in Oriya 15 ତହିଁରେ ସେ କହିଲା, “ତୁମ୍ଭେ ମୋ' ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ ? ତୁମ୍ଭେ ମୋ' ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”
Numbers 16:9 in Oriya 9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,
Deuteronomy 7:3 in Oriya 3 ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।
Joshua 23:12 in Oriya 12 ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;
Judges 2:11 in Oriya 11 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ।
Judges 3:7 in Oriya 7 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।
Judges 10:6 in Oriya 6 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍ ଦେବତାଗଣର ଓ ଅଷ୍ଟାରୋତ୍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।
Judges 10:12 in Oriya 12 ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
Judges 18:7 in Oriya 7 ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କି ରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
1 Kings 11:1 in Oriya 1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
1 Kings 11:4 in Oriya 4 କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ଅନ୍ୟ ଦେବଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।
1 Kings 18:4 in Oriya 4 ପୁଣି, ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା )।
1 Kings 18:19 in Oriya 19 ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରିଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରିଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋ' ନିକଟରେ ଏକତ୍ର କର।”
1 Kings 19:1 in Oriya 1 ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ଼୍ଗରେ ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍କୁ ଜଣାଇଲେ।
1 Kings 21:5 in Oriya 5 ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁନାହଁ ?”
1 Kings 21:25 in Oriya 25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
2 Kings 9:30 in Oriya 30 ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।
2 Kings 10:18 in Oriya 18 ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଆହାବ ବାଲ୍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ।
2 Kings 17:16 in Oriya 16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।
Nehemiah 13:23 in Oriya 23 ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;
Isaiah 7:13 in Oriya 13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ' ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ ?
Ezekiel 8:17 in Oriya 17 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୂଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
Ezekiel 16:20 in Oriya 20 “ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।
Ezekiel 16:47 in Oriya 47 ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେକରି, ତୁମ୍ଭେ ଆପଣାର ସମସ୍ତ ଆଚାର ବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।
Ezekiel 34:18 in Oriya 18 ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି ?
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।