1 Kings 17:1 in Oriya 1 ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ' ବାକ୍ୟାନୁସାରେ ହେବ।”
Other Translations King James Version (KJV) And Elijah the Tishbite, who was of the inhabitants of Gilead, said unto Ahab, As the LORD God of Israel liveth, before whom I stand, there shall not be dew nor rain these years, but according to my word.
American Standard Version (ASV) And Elijah the Tishbite, who was of the sojourners of Gilead, said unto Ahab, As Jehovah, the God of Israel, liveth, before whom I stand, there shall not be dew nor rain these years, but according to my word.
Bible in Basic English (BBE) And Elijah the Tishbite, of Tishbe in Gilead, said to Ahab, By the living Lord, the God of Israel, whose servant I am, there will be no dew or rain in these years, but only at my word.
Darby English Bible (DBY) And Elijah the Tishbite, of the inhabitants of Gilead, said to Ahab, As Jehovah the God of Israel liveth, before whom I stand, there shall not be dew nor rain these years, except by my word.
Webster's Bible (WBT) And Elijah the Tishbite who was of the inhabitants of Gilead, said to Ahab, As the LORD God of Israel liveth, before whom I stand, there shall not be dew nor rain these years, but according to my word.
World English Bible (WEB) Elijah the Tishbite, who was of the foreigners of Gilead, said to Ahab, As Yahweh, the God of Israel, lives, before whom I stand, there shall not be dew nor rain these years, but according to my word.
Young's Literal Translation (YLT) And Elijah the Tishbite, of the inhabitants of Gilead, saith unto Ahab, `Jehovah, God of Israel, liveth, before whom I have stood, there is not these years dew and rain, except according to my word.'
Cross Reference Deuteronomy 10:8 in Oriya 8 ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବା କର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।
Judges 12:4 in Oriya 4 ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।
1 Kings 18:1 in Oriya 1 ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।
1 Kings 18:10 in Oriya 10 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋ' ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ସେ ଏଠାରେ ନାହିଁ ବୋଲି ସେମାନେ କହିଲେ, “ସେ ସେହି ରାଜ୍ୟ ଓ ଗୋଷ୍ଠୀକି ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।”
1 Kings 18:15 in Oriya 15 ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”
1 Kings 22:14 in Oriya 14 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
2 Kings 3:14 in Oriya 14 ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭ ଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ।
2 Kings 5:16 in Oriya 16 ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।
Isaiah 49:18 in Oriya 18 ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।
Jeremiah 15:19 in Oriya 19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”
Matthew 7:29 in Oriya 29 କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।
Matthew 11:14 in Oriya 14 ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲିୟଙ୍କ ଆସିବାର ଅଛି, ଏ ସେହି।
Matthew 16:14 in Oriya 14 ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲିୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ।
Matthew 27:47 in Oriya 47 ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲିୟଙ୍କୁ ଡାକୁଅଛି।
Matthew 27:49 in Oriya 49 କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲିୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା।
Luke 1:17 in Oriya 17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ।
Luke 1:19 in Oriya 19 ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଇଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।
Luke 4:25 in Oriya 25 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
Luke 9:30 in Oriya 30 ଆଉ ଦେଖ, ମୋଶା ଓ ଏଲିୟ, ଏହି ଦୁଇ ବ୍ୟକ୍ତି ତାହାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ;
Luke 9:33 in Oriya 33 ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ। କିନ୍ତୁ ସେ କ'ଣ କହୁଅଛନ୍ତି, ତାହା ଜାଣିଲେ ନାହିଁ।
Luke 9:54 in Oriya 54 ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, ଏଲିୟ ମଧ୍ୟ ଯେପରି କରିଥିଲେ, ସେହିପରି ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କ'ଣ ଆପଣଙ୍କର ଇଚ୍ଛା ?
Luke 21:36 in Oriya 36 କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।
John 1:21 in Oriya 21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ ? ଆପଣ କ'ଣ ଏଲୀୟ ? ସେ କହିଲେ, ମୁଁ ନୁହେଁ। ଆପଣ କ'ଣ ସେହି ଭାବବାଦୀ ? ସେ ଉତ୍ତର ଦେଲେ, ନା।
John 1:25 in Oriya 25 ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
Acts 27:23 in Oriya 23 ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
Romans 11:2 in Oriya 2 ଈଶ୍ୱର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାଁନ୍ତି ଏଲୀୟଙ୍କ ବିବରଣରେ ଶାସ୍ତ୍ର କ'ଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ୱରଙ୍କଠାରେ ନିବେଦନ କରନ୍ତି,
James 5:17 in Oriya 17 ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
Revelation 11:6 in Oriya 6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥି ନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।