1 Kings 17:18 in Oriya 18 ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି ? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋ' ପୁତ୍ରକୁ ବଧ କରିବାକୁ ଆସିଅଛ !”
Other Translations King James Version (KJV) And she said unto Elijah, What have I to do with thee, O thou man of God? art thou come unto me to call my sin to remembrance, and to slay my son?
American Standard Version (ASV) And she said unto Elijah, What have I to do with thee, O thou man of God? thou art come unto me to bring my sin to remembrance, and to slay my son!
Bible in Basic English (BBE) And she said to Elijah, What have I to do with you, O man of God? have you come to put God in mind of my sin, and to put my son to death?
Darby English Bible (DBY) And she said to Elijah, What have I to do with thee, O thou man of God? art thou come to me to call mine iniquity to remembrance, and to slay my son?
Webster's Bible (WBT) And she said to Elijah, What have I to do with thee, O thou man of God? art thou come to me to call my sin to remembrance, and to slay my son?
World English Bible (WEB) She said to Elijah, What have I to do with you, you man of God? You have come to me to bring my sin to memory, and to kill my son!
Young's Literal Translation (YLT) And she saith unto Elijah, `What -- to me and to thee, O man of God? thou hast come unto me to cause mine iniquity to be remembered, and to put my son to death!'
Cross Reference Genesis 42:21 in Oriya 21 ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।
Genesis 50:15 in Oriya 15 ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, “କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି, ଆମ୍ଭେମାନେ ତାହାର ଯେ ସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।”
Genesis 50:17 in Oriya 17 ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜ୍ଜନା କରିବ; ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜ୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।
1 Samuel 16:4 in Oriya 4 ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥ୍ଲିହିମ୍ରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, ଆପଣଙ୍କ ଆଗମନ କୁଶଳ ?
2 Samuel 16:10 in Oriya 10 ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋ'ର କ'ଣ କରିବାର ଅଛି ? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦକୁ ‘ଅଭିଶାପ ଦିଅ' ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି ? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ ?'”
2 Samuel 19:22 in Oriya 22 ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କ'ଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ ? ଆଜି ଇସ୍ରାଏଲ ମଧ୍ୟରେ କ'ଣ କାହାରି ପ୍ରାଣଦଣ୍ଡ ହେବ ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କ'ଣ ମୁଁ ଜାଣୁ ନାହିଁ ?”
1 Kings 13:1 in Oriya 1 ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବୈଥେଲରେ ଉପସ୍ଥିତ ହେଲା।
1 Kings 18:9 in Oriya 9 ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି ?”
2 Kings 3:13 in Oriya 13 ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କ'ଣ କରିବାର ଅଛି ? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
2 Chronicles 35:21 in Oriya 21 ମାତ୍ର ସେ ତାଙ୍କ ନିକଟକୁ ଦୂତ ପଠାଇ କହିଲା, “ହେ ଯିହୁଦାର ରାଜନ୍, ତୁମ୍ଭ ସଙ୍ଗେ ମୋହର କ'ଣ କରିବାର ଅଛି ? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ୱର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ୱର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ;”
Job 13:23 in Oriya 23 ମୋହର ଅପରାଧ ଓ ପାପ କେତେ ? ମୋହର ଅଧର୍ମ ଓ ପାପ ମୋତେ ଜଣାଅ।
Job 13:26 in Oriya 26 କାରଣ ତୁମ୍ଭେ ମୋ' ବିରୁଦ୍ଧରେ ତିକ୍ତ କଥା ଲେଖୁ ଅଛ ଓ ମୋ' ଯୌବନ-କାଳର ଅପରାଧ ଭୋଗ କରାଉଅଛ;
Ezekiel 21:23 in Oriya 23 ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
Mark 5:7 in Oriya 7 ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଇଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଇଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।
Mark 5:15 in Oriya 15 ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୁର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ।
Mark 6:16 in Oriya 16 କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି।
Luke 4:34 in Oriya 34 ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି।
Luke 5:8 in Oriya 8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।
Luke 8:28 in Oriya 28 ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଇଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କ'ଣ ଅଛି ? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।
John 2:4 in Oriya 4 ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।