1 Kings 2:4 in Oriya 4 ତହିଁରେ ସଦାପ୍ରଭୁ ମୋ' ବିଷୟରେ ଯାହା କହିଅଛନ୍ତି, ଯଥା, ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।”
Other Translations King James Version (KJV) That the LORD may continue his word which he spake concerning me, saying, If thy children take heed to their way, to walk before me in truth with all their heart and with all their soul, there shall not fail thee (said he) a man on the throne of Israel.
American Standard Version (ASV) That Jehovah may establish his word which he spake concerning me, saying, If thy children take heed to their way, to walk before me in truth with all their heart and with all their soul, there shall not fail thee (said he) a man on the throne of Israel.
Bible in Basic English (BBE) So that the Lord may give effect to what he said of me, If your children give attention to their ways, living uprightly before me with all their heart and their soul, you will never be without a man to be king in Israel.
Darby English Bible (DBY) that Jehovah may confirm his word which he spoke concerning me, saying, If thy sons take heed to their way, to walk before me in truth with all their heart and with all their soul, there shall not fail thee, said he, a man upon the throne of Israel.
Webster's Bible (WBT) That the LORD may continue his word which he spoke concerning me, saying, If thy children take heed to their way, to walk before me in truth with all their heart and with all their soul, there shall not fail thee (said he) a man on the throne of Israel.
World English Bible (WEB) That Yahweh may establish his word which he spoke concerning me, saying, If your children take heed to their way, to walk before me in truth with all their heart and with all their soul, there shall not fail you (said he) a man on the throne of Israel.
Young's Literal Translation (YLT) so that Jehovah doth establish His word which He spake unto me, saying, If thy sons observe their way to walk before Me in truth, with all their heart, and with all their soul; saying, There is not cut off a man of thine from the throne of Israel.
Cross Reference Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Genesis 18:19 in Oriya 19 ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
Leviticus 26:3 in Oriya 3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
Deuteronomy 6:5 in Oriya 5 ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।
Deuteronomy 7:12 in Oriya 12 ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।
Deuteronomy 10:12 in Oriya 12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,
Deuteronomy 11:13 in Oriya 13 ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
2 Samuel 7:11 in Oriya 11 କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
2 Samuel 7:25 in Oriya 25 ଏବେ ହେ ସଦାପ୍ରଭୁ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତ କାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର।
1 Kings 3:3 in Oriya 3 ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
1 Kings 3:14 in Oriya 14 ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”
1 Kings 8:23 in Oriya 23 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
1 Kings 8:25 in Oriya 25 ତୁମ୍ଭେ ମୋ' ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ'; ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।
1 Kings 9:5 in Oriya 5 ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ, ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତ କାଳ ସ୍ଥିର କରିବା।
2 Kings 20:3 in Oriya 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
2 Kings 23:3 in Oriya 3 ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।
2 Kings 23:25 in Oriya 25 ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।
1 Chronicles 17:11 in Oriya 11 ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
1 Chronicles 22:9 in Oriya 9 ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି, ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା;
1 Chronicles 28:5 in Oriya 5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋ' ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।
1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
2 Chronicles 17:3 in Oriya 3 ଆଉ, ଯିହୋଶାଫଟ୍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;
Psalm 37:9 in Oriya 9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।
Psalm 37:22 in Oriya 22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ
Psalm 89:29 in Oriya 29 ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା।
Psalm 132:11 in Oriya 11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।
Zechariah 14:2 in Oriya 2 କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।
Matthew 22:37 in Oriya 37 ସେ ତାହାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ୱରଙ୍କୁ ପ୍ରେମ କର।
Luke 1:6 in Oriya 6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଇଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
John 15:9 in Oriya 9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।
Jude 1:20 in Oriya 20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
Jude 1:24 in Oriya 24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,