1 Kings 20:1 in Oriya 1 ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା।
Other Translations King James Version (KJV) And Benhadad the king of Syria gathered all his host together: and there were thirty and two kings with him, and horses, and chariots; and he went up and besieged Samaria, and warred against it.
American Standard Version (ASV) And Ben-hadad the king of Syria gathered all his host together; and there were thirty and two kings with him, and horses and chariots: and he went up and besieged Samaria, and fought against it.
Bible in Basic English (BBE) Now Ben-hadad, king of Aram, got all his army together, and thirty-two kings with him, and horses and carriages of war; he went up and made war on Samaria, shutting it in.
Darby English Bible (DBY) And Ben-Hadad king of Syria assembled all his host; and there were thirty-two kings with him, and horses and chariots; and he went up and besieged Samaria, and fought against it.
Webster's Bible (WBT) And Ben-hadad the king of Syria collected all his army: and there were thirty and two kings with him, and horses, and chariots: and he went up and besieged Samaria, and warred against it.
World English Bible (WEB) Ben Hadad the king of Syria gathered all his host together; and there were thirty-two kings with him, and horses and chariots: and he went up and besieged Samaria, and fought against it.
Young's Literal Translation (YLT) And Ben-Hadad king of Aram hath gathered all his force, and thirty and two kings `are' with him, and horse and chariot, and he goeth up and layeth siege against Samaria, and fighteth with it,
Cross Reference Genesis 14:1 in Oriya 1 ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା ଓ ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,
Exodus 14:7 in Oriya 7 ପୁଣି, ଛଅଶହ ବଚ୍ଛା ରଥ ଓ ମିସ୍ରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।
Leviticus 26:25 in Oriya 25 ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
Deuteronomy 20:1 in Oriya 1 ‘ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
Deuteronomy 28:52 in Oriya 52 ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗରଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ।
Judges 1:7 in Oriya 7 ଏଥିରେ ଅଦୋନୀବେଷକ୍ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
Judges 4:3 in Oriya 3 ଏଥିରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।
1 Samuel 13:5 in Oriya 5 ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ର ତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍ମସ୍ରେ ବୈଥାବନ୍ର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
1 Kings 15:18 in Oriya 18 ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍ହଦଦ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
1 Kings 15:20 in Oriya 20 ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍, ଦାନ୍, ଆବେଲ୍-ବୈଥ୍ମାଖା, ସମୁଦାୟ କିନ୍ନେରତ୍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।
1 Kings 16:24 in Oriya 24 ପୁଣି, ସେ ଦୁଇ ତାଳନ୍ତ ରୂପାରେ ଶେମରଠାରୁ ଶମିରୋଣ୍ ପର୍ବତ କ୍ରୟ କଲେ ଓ ସେହି ପର୍ବତ ଉପରେ ଏକ ନଗର ନିର୍ମାଣ କରି ସେହି ପର୍ବତର ଅଧିକାରୀ ଶେମରର ନାମାନୁସାରେ ଆପଣା ନିର୍ମିତ ନଗରର ନାମ ଶମରୀୟା ରଖିଲେ।
1 Kings 20:16 in Oriya 16 ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍ହଦଦ୍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।
1 Kings 20:24 in Oriya 24 ଏଣୁ ଏହି କାର୍ଯ୍ୟ କରନ୍ତୁ; ରାଜାମାନଙ୍କର ପ୍ରତିଜଣକୁ ଆପଣା ଆପଣା ସ୍ଥାନରୁ କାଢ଼ି ଦେଉନ୍ତୁ ଓ ସେମାନଙ୍କ ସ୍ଥାନରେ ସେନାପତିମାନଙ୍କୁ ରଖନ୍ତୁ;
1 Kings 22:31 in Oriya 31 ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
2 Kings 6:24 in Oriya 24 ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା।
2 Kings 8:7 in Oriya 7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲା; ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ବାଦ ଦିଆଗଲା।
2 Kings 17:5 in Oriya 5 ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା।
2 Chronicles 16:2 in Oriya 2 ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ,
Ezra 7:12 in Oriya 12 “ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,
Isaiah 10:8 in Oriya 8 କାରଣ ସେ କହେ, ଆମ୍ଭର ଅଧିପତିଗଣ ସମସ୍ତେ କି ରାଜା ନୁହଁନ୍ତି ?
Isaiah 37:24 in Oriya 24 ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚ ସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
Jeremiah 49:27 in Oriya 27 ପୁଣି, ଆମ୍ଭେ ଦମ୍ମେସକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।”
Ezekiel 26:7 in Oriya 7 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୁଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।
Daniel 2:37 in Oriya 37 ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
Amos 1:4 in Oriya 4 ମାତ୍ର ଆମ୍ଭେ ହସାୟେଲ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।