1 Kings 21:26 in Oriya 26 ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।
Other Translations King James Version (KJV) And he did very abominably in following idols, according to all things as did the Amorites, whom the LORD cast out before the children of Israel.
American Standard Version (ASV) And he did very abominably in following idols, according to all that the Amorites did, whom Jehovah cast out before the children of Israel.)
Bible in Basic English (BBE) He did a very disgusting thing in going after false gods, doing all the things the Amorites did, whom the Lord sent out before the children of Israel.)
Darby English Bible (DBY) And he did very abominably in following idols, according to all that the Amorites did, whom Jehovah had dispossessed before the children of Israel.)
Webster's Bible (WBT) And he did very abominably in following idols, according to all things as did the Amorites, whom the LORD cast out before the children of Israel.
World English Bible (WEB) He did very abominably in following idols, according to all that the Amorites did, whom Yahweh cast out before the children of Israel.)
Young's Literal Translation (YLT) and he doth very abominably to go after the idols, according to all that the Amorite did whom Jehovah dispossessed from the presence of the sons of Israel.'
Cross Reference Genesis 15:16 in Oriya 16 ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
Leviticus 18:25 in Oriya 25 ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।
Leviticus 20:22 in Oriya 22 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
Deuteronomy 12:31 in Oriya 31 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।
1 Kings 15:12 in Oriya 12 ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।
2 Kings 16:3 in Oriya 3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।
2 Kings 17:12 in Oriya 12 ପୁଣି “ତୁମ୍ଭେମାନେ ଏହି କର୍ମ କରିବ ନାହିଁ।” ବୋଲି ସଦାପ୍ରଭୁ ଯେଉଁ ଦେବତାମାନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ସେବା କଲେ।
2 Kings 21:2 in Oriya 2 ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
2 Kings 21:11 in Oriya 11 “ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।”
2 Chronicles 15:8 in Oriya 8 ଏଥିରେ ଆସା ଏହିସବୁ କଥା ଓ ଓଦେଦ୍ ଭବିଷ୍ୟଦ୍-ବକ୍ତାର ଭବିଷ୍ୟତ୍ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।
2 Chronicles 33:2 in Oriya 2 ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
2 Chronicles 33:9 in Oriya 9 ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ।
2 Chronicles 36:14 in Oriya 14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
Ezra 9:11 in Oriya 11 ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।
Psalm 106:35 in Oriya 35 ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।
Isaiah 65:4 in Oriya 4 ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;
Jeremiah 16:18 in Oriya 18 ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
Jeremiah 44:4 in Oriya 4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'
Ezekiel 16:47 in Oriya 47 ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେକରି, ତୁମ୍ଭେ ଆପଣାର ସମସ୍ତ ଆଚାର ବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।
Ezekiel 18:12 in Oriya 12 ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,
1 Peter 4:3 in Oriya 3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।