1 Kings 22:8 in Oriya 8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ' ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
Other Translations King James Version (KJV) And the king of Israel said unto Jehoshaphat, There is yet one man, Micaiah the son of Imlah, by whom we may enquire of the LORD: but I hate him; for he doth not prophesy good concerning me, but evil. And Jehoshaphat said, Let not the king say so.
American Standard Version (ASV) And the king of Israel said unto Jehoshaphat, there is yet one man by whom we may inquire of Jehovah, Micaiah the son of Imlah: but I hate him; for he doth not prophesy good concerning me, but evil. And Jehoshaphat said, Let not the king say so.
Bible in Basic English (BBE) And the king of Israel said to Jehoshaphat, There is still one man by whom we may get directions from the Lord, Micaiah, son of Imlah; but I have no love for him, for he is a prophet of evil to me and not of good. And Jehoshaphat said, Let not the king say so.
Darby English Bible (DBY) And the king of Israel said to Jehoshaphat, There is yet one man by whom we may inquire of Jehovah; but I hate him, for he prophesies no good concerning me, but evil: [it is] Micah the son of Imlah. And Jehoshaphat said, Let not the king say so.
Webster's Bible (WBT) And the king of Israel said to Jehoshaphat, There is yet one man, Micaiah the son of Imlah, by whom we may inquire of the LORD: but I hate him; for he doth not prophesy good concerning me, but evil. And Jehoshaphat said, Let not the king say so.
World English Bible (WEB) The king of Israel said to Jehoshaphat, there is yet one man by whom we may inquire of Yahweh, Micaiah the son of Imlah: but I hate him; for he does not prophesy good concerning me, but evil. Jehoshaphat said, "Don't let the king say so."
Young's Literal Translation (YLT) And the king of Israel saith unto Jehoshaphat, `Yet -- one man to seek Jehovah by him, and I have hated him, for he doth not prophesy concerning me good, but evil -- Micaiah son of Imlah;' and Jehoshaphat saith, `Let not the king say so.'
Cross Reference Genesis 37:8 in Oriya 8 ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।
1 Kings 18:4 in Oriya 4 ପୁଣି, ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା )।
1 Kings 19:10 in Oriya 10 ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋ' ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
1 Kings 19:14 in Oriya 14 ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
1 Kings 20:35 in Oriya 35 ଏଥିଉତ୍ତାରେ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନଙ୍କ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।
1 Kings 21:20 in Oriya 20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କ'ଣ ମୋତେ ପାଇଲ ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରିି କରିଅଛ।
1 Kings 21:27 in Oriya 27 ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
1 Kings 22:13 in Oriya 13 ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
1 Kings 22:27 in Oriya 27 ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।”
2 Kings 9:22 in Oriya 22 ପୁଣି ଯୋରାମ୍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି ?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍ର ଏତେ ବ୍ୟଭିଚାର ଓ ମାୟାବିତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ ?”
2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Psalm 34:21 in Oriya 21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।
Proverbs 5:12 in Oriya 12 ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !
Proverbs 9:8 in Oriya 8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
Proverbs 15:12 in Oriya 12 ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।
Isaiah 3:11 in Oriya 11 ଦୁଷ୍ଟ ଲୋକର ସନ୍ତାପ ହେବ ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।
Isaiah 30:10 in Oriya 10 ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ” ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହନ୍ତି, “ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Isaiah 57:19 in Oriya 19 ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, “ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”
Jeremiah 18:18 in Oriya 18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
Jeremiah 20:10 in Oriya 10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।
Jeremiah 38:4 in Oriya 4 ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।
Jeremiah 43:3 in Oriya 3 ମାତ୍ର କଲ୍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”
Amos 5:10 in Oriya 10 ଯେ ନଗର ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।
Micah 2:7 in Oriya 7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି ? ଏହିସବୁ କି ତାହାଙ୍କର କର୍ମ ? ଏହା କୁହାଯିବ ? ଯେଉଁଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ ?
Micah 2:11 in Oriya 11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।
Zechariah 11:8 in Oriya 8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।
Matthew 10:22 in Oriya 22 ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
John 3:19 in Oriya 19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
John 7:7 in Oriya 7 ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।
John 15:18 in Oriya 18 ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।
John 17:14 in Oriya 14 ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।
Galatians 4:16 in Oriya 16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି ?
Revelation 11:7 in Oriya 7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବ।