1 Kings 3:9 in Oriya 9 ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ ?”
Other Translations King James Version (KJV) Give therefore thy servant an understanding heart to judge thy people, that I may discern between good and bad: for who is able to judge this thy so great a people?
American Standard Version (ASV) Give thy servant therefore an understanding heart to judge thy people, that I may discern between good and evil; for who is able to judge this thy great people?
Bible in Basic English (BBE) Give your servant, then, a wise heart for judging your people, able to see what is good and what evil; for who is able to be the judge of this great people?
Darby English Bible (DBY) Give therefore to thy servant an understanding heart, to judge thy people, to discern between good and bad; for who is able to judge this thy numerous people?
Webster's Bible (WBT) Give therefore to thy servant an understanding heart to judge thy people, that I may discern between good and bad: for who is able to judge this thy so great a people?
World English Bible (WEB) Give your servant therefore an understanding heart to judge your people, that I may discern between good and evil; for who is able to judge this your great people?
Young's Literal Translation (YLT) and Thou hast given to Thy servant an understanding heart, to judge Thy people, to discern between good and evil; for who is able to judge this Thy great people?'
Cross Reference Exodus 3:11 in Oriya 11 ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି ?”
Exodus 4:10 in Oriya 10 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୁ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”
2 Samuel 14:17 in Oriya 17 ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,' ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”
1 Kings 3:28 in Oriya 28 ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର-ଦତ୍ତ ଜ୍ଞାନ ଅଛି।
1 Chronicles 22:12 in Oriya 12 କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।
1 Chronicles 29:19 in Oriya 19 ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋ' ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”
2 Chronicles 1:10 in Oriya 10 ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ୍ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ ?”
Psalm 72:1 in Oriya 1 ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।
Psalm 119:34 in Oriya 34 ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।
Psalm 119:73 in Oriya 73 ଇୟୂଦ୍। ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।
Psalm 119:144 in Oriya 144 ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି।
Proverbs 2:3 in Oriya 3 ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
Proverbs 3:13 in Oriya 13 ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ।
Proverbs 14:8 in Oriya 8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।
Proverbs 16:16 in Oriya 16 ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ !
Proverbs 20:12 in Oriya 12 ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।
Ecclesiastes 7:11 in Oriya 11 ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ।
Ecclesiastes 7:19 in Oriya 19 ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।
Ecclesiastes 9:15 in Oriya 15 ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।
Isaiah 11:2 in Oriya 2 ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
Jeremiah 1:6 in Oriya 6 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
Matthew 3:11 in Oriya 11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Matthew 3:14 in Oriya 14 କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି ?
John 5:30 in Oriya 30 ମୁଁ ନିଜେ କିଛି କରି ପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
1 Corinthians 2:14 in Oriya 14 କିନ୍ତୁ ସାଂସାରିକ ମନୁଷ୍ୟ ଇଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହି ସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହି ସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।
2 Corinthians 2:16 in Oriya 16 ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ ?
2 Corinthians 3:5 in Oriya 5 ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ୱରଙ୍କଠାରୁ;
Ephesians 5:17 in Oriya 17 ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
Philippians 1:10 in Oriya 10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଇଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,
Hebrews 5:14 in Oriya 14 କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।
James 1:5 in Oriya 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
James 3:17 in Oriya 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।