1 Kings 4 in Oriya

1 ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।

2 ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।

3 ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ଲେଖକ; ଅହୀଲୂଦର ପୁତ୍ର ଯିହୋଶଫଟ ଇତିହାସକର୍ତ୍ତା

4 ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ;

5 ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।

6 ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।

7 ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।

8 ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।

9 ମାକସ୍‍, ଶାଲବୀମ୍‍, ବୈଥ୍‍-ଶେମଶ୍‍ ଓ ଏଲୋନ-ବୈଥାନନରେ ବିନ୍‍-ଦେକର;

10 ଅରୁବୋତରେ ବିନ୍‍-ହେଷଦ୍‍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;

11 ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ଶଲୋମନଙ୍କର କନ୍ୟା ଟାଫତ୍‍ ତାହାର ଭାର୍ଯ୍ୟା ଥିଲା।

12 ତାନକ୍‍, ମଗିଦ୍ଦୋ, ବୈଥ୍‍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯଗୂମିୟାମ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବୈଥ୍‍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା।

13 ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;

14 ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।

15 ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।

16 ଆଶେର୍‍ ଓ ବାଲୋରେ ହୂଶୟର ପୁତ୍ର ବାନା।

17 ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍‍;

18 ବିନ୍ୟାମୀନରେ ଏଲାର ପୁତ୍ର ଶିମୀୟି;

19 ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।

20 ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।

21 ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।

22 ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜୀ,

23 ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।

24 କାରଣ, ସେ ତିପ୍‍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।

25 ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ।

26 ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।

27 ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।

28 ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।

29 ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।

30 ପୂର୍ବଦେଶୀୟଓ ମିସ୍ରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।

31 କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ୍‍ ଓ କଲ୍‍କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।

32 ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।

33 ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।

34 ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବ ଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।