1 Kings 6:5 in Oriya 5 ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ମହା ପବିତ୍ର ସ୍ଥାନ ର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରୀ ନିର୍ମାଣ କଲେ।
Other Translations King James Version (KJV) And against the wall of the house he built chambers round about, against the walls of the house round about, both of the temple and of the oracle: and he made chambers round about:
American Standard Version (ASV) And against the wall of the house he built stories round about, against the walls of the house round about, both of the temple and of the oracle; and he made side-chambers round about.
Bible in Basic English (BBE) And against the walls all round, and against the walls of the Temple and of the inmost room, he put up wings, with side rooms all round:
Darby English Bible (DBY) And against the wall of the house he built floors round about, [against] the walls of the house, round about the temple and the oracle; and he made side-chambers round about.
Webster's Bible (WBT) And against the wall of the house he built chambers round about, against the walls of the house round about, both of the temple and of the oracle: and he made chambers round about:
World English Bible (WEB) Against the wall of the house he built stories round about, against the walls of the house round about, both of the temple and of the oracle; and he made side-chambers round about.
Young's Literal Translation (YLT) And he buildeth against the wall of the house a couch round about, `even' the walls of the house round about, of the temple and of the oracle, and maketh sides round about.
Cross Reference Exodus 25:22 in Oriya 22 ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
Leviticus 16:2 in Oriya 2 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।
Numbers 7:89 in Oriya 89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।
1 Kings 6:16 in Oriya 16 ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ , ଅର୍ଥାତ୍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।
1 Kings 6:19 in Oriya 19 ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହା ପବିତ୍ର ସ୍ଥାନ ପ୍ରସ୍ତୁତ କଲେ।
1 Kings 6:31 in Oriya 31 ଆଉ, ସେ ମହା ପବିତ୍ର ସ୍ଥାନ ର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା।
1 Chronicles 9:26 in Oriya 26 କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରୀ ଓ ଭଣ୍ଡାର ସମୂହର ଅଧ୍ୟକ୍ଷ ଥିଲେ।
1 Chronicles 23:28 in Oriya 28 କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରୀରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;
1 Chronicles 28:11 in Oriya 11 ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରୀ ଓ ତହିଁ ଭିତର କୋଠରୀର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;
2 Chronicles 4:20 in Oriya 20 ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ
2 Chronicles 5:7 in Oriya 7 ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।
2 Chronicles 5:9 in Oriya 9 ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହି; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।
2 Chronicles 31:11 in Oriya 11 ତହିଁରେ ହିଜକିୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରୀ ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ।
Nehemiah 10:37 in Oriya 37 ପୁଣି, ଆମ୍ଭମାନଙ୍କ ଚ୍କଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରୀକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।
Nehemiah 12:44 in Oriya 44 ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରୀସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।
Nehemiah 13:5 in Oriya 5 ଇଲୀୟାଶୀବ୍ ଟୋବୀୟ ନିମନ୍ତେ ଏକ ବୃହତ୍ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ-ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।
Psalm 28:2 in Oriya 2 ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ପବିତ୍ର ସ୍ଥାନର ଗର୍ଭାଗାର ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋ' ନିବେଦନର ରବ ଶ୍ରବଣ କର।
Song of Solomon 1:4 in Oriya 4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।
Jeremiah 35:4 in Oriya 4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ନେଇଗଲି, ସେହି କୋଠରୀ ଶଲ୍ଲମ୍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା;
Ezekiel 40:44 in Oriya 44 ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରୀ ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରୀର ମୁଖ ଉତ୍ତର ପ୍ରତି ଥିଲା।
Ezekiel 41:5 in Oriya 5 ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରୀର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।
Ezekiel 42:3 in Oriya 3 ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବାରଣ୍ଡା ଥିଲା।