1 Kings 8:23 in Oriya 23 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
Other Translations King James Version (KJV) And he said, LORD God of Israel, there is no God like thee, in heaven above, or on earth beneath, who keepest covenant and mercy with thy servants that walk before thee with all their heart:
American Standard Version (ASV) and he said, O Jehovah, the God of Israel, there is no God like thee, in heaven above, or on earth beneath; who keepest covenant and lovingkindness with thy servants, that walk before thee with all their heart;
Bible in Basic English (BBE) Said, O Lord, the God of Israel, there is no God like you in heaven or on the earth; keeping faith and mercy unchanging for your servants, while they go in your ways with all their hearts.
Darby English Bible (DBY) And he said, Jehovah, God of Israel! there is no God like thee, in the heavens above, or on the earth beneath, who keepest covenant and mercy with thy servants that walk before thee with all their heart;
Webster's Bible (WBT) And he said, LORD God of Israel, there is no God like thee, in heaven above, or on earth beneath, who keepest covenant and mercy with thy servants that walk before thee with all their heart.
World English Bible (WEB) and he said, Yahweh, the God of Israel, there is no God like you, in heaven above, or on earth beneath; who keep covenant and loving kindness with your servants, who walk before you with all their heart;
Young's Literal Translation (YLT) and saith, `Jehovah, God of Israel, there is not a God like Thee, in the heavens above, and on the earth beneath, keeping the covenant and the kindness for Thy servants, those walking before Thee with all their heart,
Cross Reference Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Genesis 33:20 in Oriya 20 ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।
Exodus 3:15 in Oriya 15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।
Exodus 15:11 in Oriya 11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ?
Deuteronomy 7:9 in Oriya 9 ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।
1 Samuel 2:2 in Oriya 2 ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।
2 Samuel 7:22 in Oriya 22 ଏହେତୁ ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
1 Kings 2:4 in Oriya 4 ତହିଁରେ ସଦାପ୍ରଭୁ ମୋ' ବିଷୟରେ ଯାହା କହିଅଛନ୍ତି, ଯଥା, ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।”
1 Kings 3:6 in Oriya 6 ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।
1 Kings 6:12 in Oriya 12 ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।
2 Kings 20:3 in Oriya 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
Nehemiah 1:5 in Oriya 5 “ହେ ସଦାପ୍ରଭୁ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;
Nehemiah 9:32 in Oriya 32 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
Psalm 35:10 in Oriya 10 ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ୍ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”
Psalm 86:8 in Oriya 8 ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।
Psalm 89:3 in Oriya 3 “ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।
Psalm 113:5 in Oriya 5 ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,
Isaiah 40:18 in Oriya 18 ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ ?
Isaiah 40:25 in Oriya 25 ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ ?
Jeremiah 10:6 in Oriya 6 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।
Jeremiah 10:16 in Oriya 16 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Daniel 9:4 in Oriya 4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Luke 1:72 in Oriya 72 ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,