1 Kings 8:29 in Oriya 29 ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ,'ଏହିଠାରେ ଆମ୍ଭ ନାମ ରହିବ', ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
Other Translations King James Version (KJV) That thine eyes may be open toward this house night and day, even toward the place of which thou hast said, My name shall be there: that thou mayest hearken unto the prayer which thy servant shall make toward this place.
American Standard Version (ASV) that thine eyes may be open toward this house night and day, even toward the place whereof thou hast said, My name shall be there; to hearken unto the prayer which thy servant shall pray toward this place.
Bible in Basic English (BBE) That your eyes may be open to this house night and day, to this place of which you have said, My name will be there; hearing the prayer which your servant may make, turning to this place.
Darby English Bible (DBY) that thine eyes may be open upon this house night and day, upon the place of which thou hast said, My name shall be there: to hearken unto the prayer which thy servant prayeth toward this place.
Webster's Bible (WBT) That thy eyes may be open towards this house night and day, even towards the place of which thou hast said, My name shall be there: that thou mayest hearken to the prayer which thy servant shall make towards this place.
World English Bible (WEB) that your eyes may be open toward this house night and day, even toward the place of which you have said, My name shall be there; to listen to the prayer which your servant shall pray toward this place.
Young's Literal Translation (YLT) for Thine eyes being open towards this house night and day, towards the place of which Thou hast said, My Name is there; to hearken unto the prayer which Thy servant prayeth towards this place.
Cross Reference Exodus 20:24 in Oriya 24 ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।
Deuteronomy 12:11 in Oriya 11 ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।
Deuteronomy 16:2 in Oriya 2 ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।
Deuteronomy 16:6 in Oriya 6 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।
Deuteronomy 26:2 in Oriya 2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।
1 Kings 8:16 in Oriya 16 ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ।”
1 Kings 8:43 in Oriya 43 ତେବେ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ-ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
1 Kings 8:52 in Oriya 52 ତୁମ୍ଭ ଦାସର ବିନତି ପ୍ରତି ଓ ତୁମ୍ଭ ଲୋକ ଇସ୍ରାଏଲର ବିନତି ପ୍ରତି ତୁମ୍ଭର ଚକ୍ଷୁ ପ୍ରସନ୍ନ ଥାଉ ଓ ସେମାନେ ଯେକୌଣସି ସମୟରେ ତୁମ୍ଭକୁ ଡାକି ପ୍ରାର୍ଥନା କରନ୍ତି, ସେସମୟରେ ତାହା ଶୁଣ।
1 Kings 11:36 in Oriya 36 ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।
2 Kings 19:16 in Oriya 16 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
2 Kings 21:4 in Oriya 4 ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
2 Kings 21:7 in Oriya 7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।
2 Kings 23:27 in Oriya 27 ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”
2 Chronicles 6:5 in Oriya 5 ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରି ନାହୁଁ;
2 Chronicles 6:20 in Oriya 20 ତୁମ୍ଭେ ଯେଉଁ ସ୍ଥାନରେ ଆପଣା ନାମ ସ୍ଥାପନ କରିବ ବୋଲି କହିଅଛ, ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭର ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
2 Chronicles 6:40 in Oriya 40 ଏବେ, ହେ ମୋହର ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ।
2 Chronicles 7:15 in Oriya 15 ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ଆମ୍ଭର ଚକ୍ଷୁ ମୁକ୍ତ ଓ ଆମ୍ଭର କର୍ଣ୍ଣ ନିବିଷ୍ଟ ଥିବ।
2 Chronicles 16:9 in Oriya 9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
2 Chronicles 20:8 in Oriya 8 ଆଉ, ସେମାନେ ତହିଁରେ ବାସ କରି ତନ୍ମଧ୍ୟରେ ତୁମ୍ଭ ନାମ ନିମନ୍ତେ ଏକ ଧର୍ମଧାମ ନିର୍ମାଣ କରିଅଛନ୍ତି,
2 Chronicles 33:4 in Oriya 4 ପୁଣି, ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
2 Chronicles 33:7 in Oriya 7 ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ-ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;
Nehemiah 1:6 in Oriya 6 ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।
Nehemiah 1:9 in Oriya 9 ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତ ସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।'
Psalm 34:15 in Oriya 15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
Daniel 6:10 in Oriya 10 ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରୀର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
Daniel 9:18 in Oriya 18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।
John 14:13 in Oriya 13 ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ମୋ' ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।