1 Kings 8:35 in Oriya 35 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,
Other Translations King James Version (KJV) When heaven is shut up, and there is no rain, because they have sinned against thee; if they pray toward this place, and confess thy name, and turn from their sin, when thou afflictest them:
American Standard Version (ASV) When heaven is shut up, and there is no rain, because they have sinned against thee; if they pray toward this place, and confess thy name, and turn from their sin, when thou dost afflict them:
Bible in Basic English (BBE) When heaven is shut up and there is no rain, because of their sin against you; if they make prayers with their faces turned to this place, honouring your name and turning away from their sin when you send trouble on them:
Darby English Bible (DBY) When the heavens are shut up, and there is no rain, because they have sinned against thee; if they pray toward this place, and confess thy name, and turn from their sin, because thou hast afflicted them;
Webster's Bible (WBT) When heaven is shut up, and there is no rain, because they have sinned against thee; if they pray towards this place, and confess thy name, and turn from their sin, when thou afflictest them:
World English Bible (WEB) When the sky is shut up, and there is no rain, because they have sinned against you; if they pray toward this place, and confess your name, and turn from their sin, when you do afflict them:
Young's Literal Translation (YLT) `In the heavens being restrained, and there is no rain, because they sin against Thee, and they have prayed towards this place, and confessed Thy name, and from their sin turn back, for Thou dost afflict them,
Cross Reference Leviticus 26:19 in Oriya 19 ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।
Deuteronomy 11:17 in Oriya 17 ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।
Deuteronomy 28:12 in Oriya 12 ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।
Deuteronomy 28:23 in Oriya 23 ପୁଣି ତୁମ୍ଭ ମସ୍ତକ-ଉପରିସ୍ଥ ଆକାଶ ପିତ୍ତଳ ହେବ ଓ ତୁମ୍ଭ ନୀଚସ୍ଥିତ ପୃଥିବୀ ଲୁହା ହେବ।
2 Samuel 24:13 in Oriya 13 ତହୁଁ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ ? ଏହା ବୁଝ, ଆଉ ମୋ' ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”
1 Kings 8:29 in Oriya 29 ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ,'ଏହିଠାରେ ଆମ୍ଭ ନାମ ରହିବ', ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
1 Kings 8:33 in Oriya 33 ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି,
1 Kings 17:1 in Oriya 1 ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ' ବାକ୍ୟାନୁସାରେ ହେବ।”
2 Chronicles 6:24 in Oriya 24 ପୁଣି ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି;
2 Chronicles 6:26 in Oriya 26 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି;
Isaiah 1:15 in Oriya 15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
Isaiah 9:13 in Oriya 13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।
Jeremiah 14:1 in Oriya 1 ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।
Ezekiel 14:13 in Oriya 13 “ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ ଲଘଂନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
Ezekiel 18:30 in Oriya 30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
Hosea 14:1 in Oriya 1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
Joel 1:13 in Oriya 13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି।
Joel 2:15 in Oriya 15 ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର;
Malachi 3:10 in Oriya 10 “ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
Luke 4:25 in Oriya 25 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
Romans 10:9 in Oriya 9 ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
Romans 15:9 in Oriya 9 ପୁଣି, ଯେପରି ଅଣଯିହୂଦୀମାନେ ଇଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
Revelation 11:6 in Oriya 6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥି ନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।