1 Kings 8:9 in Oriya 9 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ୍ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।
Other Translations King James Version (KJV) There was nothing in the ark save the two tables of stone, which Moses put there at Horeb, when the LORD made a covenant with the children of Israel, when they came out of the land of Egypt.
American Standard Version (ASV) There was nothing in the ark save the two tables of stone which Moses put there at Horeb, when Jehovah made a covenant with the children of Israel, when they came out of the land of Egypt.
Bible in Basic English (BBE) There was nothing in the ark but the two flat stones which Moses put there at Horeb, where the Lord made an agreement with the children of Israel when they came out of the land of Egypt.
Darby English Bible (DBY) There was nothing in the ark save the two tables of stone which Moses placed there at Horeb, when Jehovah made [a covenant] with the children of Israel, when they came out of the land of Egypt.
Webster's Bible (WBT) There was nothing in the ark save the two tables of stone, which Moses deposited there at Horeb, when the LORD made a covenant with the children of Israel, when they came out of the land of Egypt.
World English Bible (WEB) There was nothing in the ark save the two tables of stone which Moses put there at Horeb, when Yahweh made a covenant with the children of Israel, when they came out of the land of Egypt.
Young's Literal Translation (YLT) There is nothing in the ark, only the two tables of stone which Moses put there in Horeb, when Jehovah covenanted with the sons of Israel in their going out of the land of Egypt.
Cross Reference Exodus 13:21 in Oriya 21 ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;
Exodus 14:24 in Oriya 24 ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସ୍ରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସ୍ରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
Exodus 16:10 in Oriya 10 ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।
Exodus 16:33 in Oriya 33 ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”
Exodus 24:7 in Oriya 7 ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
Exodus 24:16 in Oriya 16 ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।
Exodus 25:21 in Oriya 21 ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।
Exodus 34:27 in Oriya 27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।”
Exodus 40:20 in Oriya 20 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;
Exodus 40:34 in Oriya 34 ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।
Leviticus 16:2 in Oriya 2 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।
Numbers 9:15 in Oriya 15 ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା
Numbers 17:10 in Oriya 10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ-ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।”
Deuteronomy 4:13 in Oriya 13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।
Deuteronomy 10:2 in Oriya 2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।
Deuteronomy 31:26 in Oriya 26 “ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ।”
1 Kings 8:21 in Oriya 21 ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।
2 Chronicles 5:10 in Oriya 10 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ୍ ନିକଟରେ ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ବ୍ୟତୀତ ତହିଁରେ ଆଉ କିଛି ନ ଥିଲା।
2 Chronicles 5:13 in Oriya 13 ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
2 Chronicles 7:1 in Oriya 1 ଶଲୋମନ ପ୍ରାର୍ଥନା କରିବାର ସମାପ୍ତ କରନ୍ତେ, ଆକାଶରୁ ଅଗ୍ନି ଓହ୍ଲାଇ ଆସି ହୋମ ଓ ବଳିଦାନ ସବୁକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
Ezekiel 10:4 in Oriya 4 ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।
Hebrews 9:4 in Oriya 4 ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମସିନ୍ଦୁକ ଥିଲା। ସେହି ନିୟମସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,
Revelation 15:8 in Oriya 8 ଆଉ ଇଶ୍ବରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ।