1 Kings 9:7 in Oriya 7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
Other Translations King James Version (KJV) Then will I cut off Israel out of the land which I have given them; and this house, which I have hallowed for my name, will I cast out of my sight; and Israel shall be a proverb and a byword among all people:
American Standard Version (ASV) then will I cut off Israel out of the land which I have given them; and this house, which I have hallowed for my name, will I cast out of my sight; and Israel shall be a proverb and a byword among all peoples.
Bible in Basic English (BBE) Then I will have Israel cut off from the land which I have given them; and this house, which I have made holy for myself, I will put away from before my eyes; and Israel will be a public example, and a word of shame among all peoples.
Darby English Bible (DBY) then will I cut off Israel out of the land which I have given them; and the house, which I have hallowed to my name, will I cast out of my sight; and Israel shall be a proverb and a by word among all peoples;
Webster's Bible (WBT) Then will I cut off Israel from the land which I have given them; and this house which I have hallowed for my name, will I cast out of my sight; and Israel shall be a proverb and a by-word among all people:
World English Bible (WEB) then will I cut off Israel out of the land which I have given them; and this house, which I have made holy for my name, will I cast out of my sight; and Israel shall be a proverb and a byword among all peoples.
Young's Literal Translation (YLT) then I have cut off Israel from the face of the ground that I have given to them, and the house that I have hallowed for My name I send away from My presence, and Israel hath been for a simile and for a byword among all the peoples;
Cross Reference Leviticus 18:24 in Oriya 24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
Deuteronomy 4:26 in Oriya 26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।
Deuteronomy 28:37 in Oriya 37 ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁ ସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।
Deuteronomy 29:26 in Oriya 26 ଈଶ୍ୱର ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।
1 Kings 9:3 in Oriya 3 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।
2 Kings 17:20 in Oriya 20 ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।
2 Kings 25:9 in Oriya 9 ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
2 Kings 25:21 in Oriya 21 ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
2 Chronicles 7:20 in Oriya 20 ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା।
2 Chronicles 36:19 in Oriya 19 ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
Nehemiah 4:1 in Oriya 1 ମାତ୍ର ଆମ୍ଭେମାନେ ପ୍ରାଚୀର ଗଢ଼ୁଅଛୁ ବୋଲି ଶୁଣି ସନ୍ବଲ୍ଲଟ୍ କୁପିତ ଓ ଅତିଶୟ ବିରକ୍ତ ହୋଇ ଯିହୁଦୀୟମାନଙ୍କୁ ପରିହାସ କଲା।
Psalm 44:14 in Oriya 14 ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
Isaiah 65:15 in Oriya 15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
Jeremiah 7:4 in Oriya 4 ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।
Jeremiah 24:9 in Oriya 9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
Jeremiah 26:6 in Oriya 6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।'”
Jeremiah 26:18 in Oriya 18 “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।'
Jeremiah 52:13 in Oriya 13 ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
Lamentations 2:6 in Oriya 6 ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।
Lamentations 2:15 in Oriya 15 ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି ?
Ezekiel 24:21 in Oriya 21 ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍ଗରେ ପତିତ ହେବେ।
Ezekiel 33:27 in Oriya 27 ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଜୀବିତଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ଼୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥା'ନ୍ତି, ସେମାନେ ମହାମାରୀରେ ମରିବେ।
Joel 2:17 in Oriya 17 ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ସେମାନଙ୍କର ପରମେଶ୍ୱର କାହାନ୍ତି, ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ ?”
Micah 3:12 in Oriya 12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
Matthew 24:2 in Oriya 2 ତୁମ୍ଭେମାନେ କ'ଣ ଏହି ସମସ୍ତ ଦେଖୁ ନାହଁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।
Luke 21:24 in Oriya 24 ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ।