1 Peter 1:13 in Oriya 13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।
Other Translations King James Version (KJV) Wherefore gird up the loins of your mind, be sober, and hope to the end for the grace that is to be brought unto you at the revelation of Jesus Christ;
American Standard Version (ASV) Wherefore girding up the loins of your mind, be sober and set your hope perfectly on the grace that is to be brought unto you at the revelation of Jesus Christ;
Bible in Basic English (BBE) So make your minds ready, and keep on the watch, hoping with all your power for the grace which is to come to you at the revelation of Jesus Christ;
Darby English Bible (DBY) Wherefore, having girded up the loins of your mind, [be] sober [and] hope with perfect stedfastness in the grace [which will be] brought to you at [the] revelation of Jesus Christ;
World English Bible (WEB) Therefore, prepare your minds for action,{Literally, "gird up the loins of your mind"} be sober and set your hope fully on the grace that will be brought to you at the revelation of Jesus Christ--
Young's Literal Translation (YLT) Wherefore having girded up the loins of your mind, being sober, hope perfectly upon the grace that is being brought to you in the revelation of Jesus Christ,
Cross Reference Exodus 12:11 in Oriya 11 ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭମାନେ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।
1 Kings 18:46 in Oriya 46 ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।
2 Kings 4:29 in Oriya 29 ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋ' ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”
Job 38:3 in Oriya 3 ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
Job 40:7 in Oriya 7 “ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
Isaiah 11:5 in Oriya 5 ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ।
Jeremiah 1:17 in Oriya 17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
Luke 12:35 in Oriya 35 ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;
Luke 17:8 in Oriya 8 ସେ କ'ଣ ବରଂ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର, ତାହା ପରେ ତୁ ଖିଆପିଆ କରିବୁ ?
Luke 17:30 in Oriya 30 ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ।
Luke 21:34 in Oriya 34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
Romans 13:13 in Oriya 13 ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
Romans 15:4 in Oriya 4 ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥି ନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହି ସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
1 Corinthians 1:7 in Oriya 7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;
1 Corinthians 13:13 in Oriya 13 ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।
Ephesians 6:14 in Oriya 14 ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଉରସ୍ତ୍ରାଣ ପରିଧାନ କର,
1 Thessalonians 5:6 in Oriya 6 ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା।
2 Thessalonians 1:7 in Oriya 7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଇଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
2 Timothy 4:5 in Oriya 5 କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।
2 Timothy 4:8 in Oriya 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Titus 2:11 in Oriya 11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
Hebrews 3:6 in Oriya 6 କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
Hebrews 6:19 in Oriya 19 ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,
Hebrews 9:28 in Oriya 28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
Hebrews 10:35 in Oriya 35 ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି।
1 Peter 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
1 Peter 3:15 in Oriya 15 କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
1 Peter 4:7 in Oriya 7 ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
1 Peter 5:8 in Oriya 8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
1 John 3:3 in Oriya 3 ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।