1 Peter 1:18 in Oriya 18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
Other Translations King James Version (KJV) Forasmuch as ye know that ye were not redeemed with corruptible things, as silver and gold, from your vain conversation received by tradition from your fathers;
American Standard Version (ASV) knowing that ye were redeemed, not with corruptible things, with silver or gold, from your vain manner of life handed down from your fathers;
Bible in Basic English (BBE) Being conscious that you have been made free from that foolish way of life which was your heritage from your fathers, not through a payment of things like silver or gold which come to destruction,
Darby English Bible (DBY) knowing that ye have been redeemed, not by corruptible [things, as] silver or gold, from your vain conversation handed down from [your] fathers,
World English Bible (WEB) knowing that you were redeemed, not with corruptible things, with silver or gold, from the useless way of life handed down from your fathers,
Young's Literal Translation (YLT) having known that, not with corruptible things -- silver or gold -- were ye redeemed from your foolish behaviour delivered by fathers,
Cross Reference Psalm 39:6 in Oriya 6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।
Psalm 49:7 in Oriya 7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
Psalm 62:10 in Oriya 10 ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।
Jeremiah 4:11 in Oriya 11 ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;
Jeremiah 9:14 in Oriya 14 ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।”
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Jeremiah 44:17 in Oriya 17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।
Ezekiel 20:18 in Oriya 18 ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
Amos 2:4 in Oriya 4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
Zechariah 1:4 in Oriya 4 ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,'” ଏହା ସଦାପ୍ରଭୁ କହନ୍ତି।
Matthew 15:2 in Oriya 2 ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି ? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Acts 19:34 in Oriya 34 କିନ୍ତୁ ସେ ଜଣେ ଯିହୂଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
1 Corinthians 3:20 in Oriya 20 ପୁନଶ୍ଚ, “ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି।”
1 Corinthians 6:20 in Oriya 20 କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଇଶ୍ବରଙ୍କ ଗୌରବ ପ୍ରକାଶ କର।
1 Corinthians 7:23 in Oriya 23 ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ, ମନୁଷ୍ୟର ଦାସ ହୁଅ ନାହିଁ।
Galatians 1:4 in Oriya 4 ସେ ଆମ୍ଭମାନଙ୍କ ପିତା ଇଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
1 Peter 1:7 in Oriya 7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।
1 Peter 4:3 in Oriya 3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;