1 Peter 1:8 in Oriya 8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ
Other Translations King James Version (KJV) Whom having not seen, ye love; in whom, though now ye see him not, yet believing, ye rejoice with joy unspeakable and full of glory:
American Standard Version (ASV) whom not having seen ye love; on whom, though now ye see him not, yet believing, ye rejoice greatly with joy unspeakable and full of glory:
Bible in Basic English (BBE) To whom your love is given, though you have not seen him; and the faith which you have in him, though you do not see him now, gives you joy greater than words and full of glory:
Darby English Bible (DBY) whom, having not seen, ye love; on whom [though] not now looking, but believing, ye exult with joy unspeakable and filled with [the] glory,
World English Bible (WEB) whom not having known you love; in whom, though now you don't see him, yet believing, you rejoice greatly with joy unspeakable and full of glory--
Young's Literal Translation (YLT) whom, not having seen, ye love, in whom, now not seeing and believing, ye are glad with joy unspeakable and glorified,
Cross Reference Song of Solomon 1:7 in Oriya 7 ହେ ମୋ' ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?
Song of Solomon 5:9 in Oriya 9 ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ?
Song of Solomon 5:16 in Oriya 16 ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୁଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।
Habakkuk 3:17 in Oriya 17 କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
Matthew 10:37 in Oriya 37 ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।
Matthew 25:35 in Oriya 35 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;
John 8:42 in Oriya 42 ଯୀଶୁ ସେମାନଙ୍କୁ କହିଲେ, ଈଶ୍ୱର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ୱରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।
John 14:15 in Oriya 15 ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।
John 14:21 in Oriya 21 ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।
John 14:24 in Oriya 24 ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।
John 16:22 in Oriya 22 ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
John 20:29 in Oriya 29 ଯୀଶୁ ତାଙ୍କୁ କହିଲେ, ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
Acts 16:34 in Oriya 34 ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ୱରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।
Romans 14:17 in Oriya 17 କାରଣ ଇଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
Romans 15:13 in Oriya 13 ସେହି ଭରସାର ଈଶ୍ୱର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
1 Corinthians 16:22 in Oriya 22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
2 Corinthians 1:22 in Oriya 22 ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
2 Corinthians 4:18 in Oriya 18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।
2 Corinthians 5:7 in Oriya 7 (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ),
2 Corinthians 5:14 in Oriya 14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
2 Corinthians 9:15 in Oriya 15 ଇଶ୍ବରଙ୍କ ଅକଥନୀୟ ଦାନ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ।
2 Corinthians 12:4 in Oriya 4 ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା।
Galatians 5:6 in Oriya 6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।
Galatians 5:22 in Oriya 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
Ephesians 1:13 in Oriya 13 ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
Ephesians 6:24 in Oriya 24 ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।
Philippians 1:25 in Oriya 25 ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,
Philippians 3:3 in Oriya 3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଇଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
Philippians 4:4 in Oriya 4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
Hebrews 11:1 in Oriya 1 ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
Hebrews 11:27 in Oriya 27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ।
1 Peter 1:6 in Oriya 6 ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
1 Peter 2:7 in Oriya 7 ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର
1 Peter 5:4 in Oriya 4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।
1 John 4:19 in Oriya 19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।