1 Peter 2:11 in Oriya 11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
Other Translations King James Version (KJV) Dearly beloved, I beseech you as strangers and pilgrims, abstain from fleshly lusts, which war against the soul;
American Standard Version (ASV) Beloved, I beseech you as sojourners and pilgrims, to abstain from fleshly lust, which war against the soul;
Bible in Basic English (BBE) My loved ones, I make this request with all my heart, that, as those for whom this world is a strange country, you will keep yourselves from the desires of the flesh which make war against the soul;
Darby English Bible (DBY) Beloved, I exhort [you], as strangers and sojourners, to abstain from fleshly lusts, which war against the soul;
World English Bible (WEB) Beloved, I beg you as foreigners and pilgrims, to abstain from fleshly lusts, which war against the soul;
Young's Literal Translation (YLT) Beloved, I call upon `you', as strangers and sojourners, to keep from the fleshly desires, that war against the soul,
Cross Reference Genesis 23:4 in Oriya 4 “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ' ଦୃଷ୍ଟିର ଅଗୋଚରରେ ମୋ' ମୃତକୁ କବର ଦେବି।”
Genesis 47:9 in Oriya 9 ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋ' ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
Leviticus 25:23 in Oriya 23 ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।
1 Chronicles 29:15 in Oriya 15 କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।
Psalm 39:12 in Oriya 12 ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ' ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ' ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପିତୃଲୋକଙ୍କ ତୁଲ୍ୟ ପ୍ରବାସୀ।
Psalm 119:19 in Oriya 19 ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋ'ଠାରୁ ଲୁଚାଅ ନାହିଁ।
Psalm 119:54 in Oriya 54 ମୋ' ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
Luke 21:34 in Oriya 34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
Acts 15:20 in Oriya 20 କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।
Acts 15:29 in Oriya 29 ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।
Romans 7:23 in Oriya 23 କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ମୋଶାଙ୍କ ବ୍ୟବସ୍ଥା ଦେଖେ, ତାହା ମୋହର ମନର ମୋଶାଙ୍କ ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ମୋଶାଙ୍କ ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।
Romans 8:13 in Oriya 13 କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।
Romans 12:1 in Oriya 1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଇଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଇଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
Romans 13:13 in Oriya 13 ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
2 Corinthians 5:20 in Oriya 20 ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଇଶ୍ବରଙ୍କ ସହିତ ସମ୍ମିଳିତ ହୁଅ।
2 Corinthians 6:1 in Oriya 1 ଆହୁରି ମଧ୍ୟ ଇଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।
2 Corinthians 7:1 in Oriya 1 ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।
Galatians 5:16 in Oriya 16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।
Galatians 5:24 in Oriya 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।
Ephesians 4:1 in Oriya 1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
2 Timothy 2:22 in Oriya 22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।
Philemon 1:9 in Oriya 9 ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ,
Hebrews 11:13 in Oriya 13 ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।
James 4:1 in Oriya 1 ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ ? କ'ଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ ?
1 Peter 1:1 in Oriya 1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,
1 Peter 1:17 in Oriya 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
1 Peter 4:2 in Oriya 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଇଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
1 John 2:15 in Oriya 15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;