1 Peter 2:21 in Oriya 21 ଏଥି ନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
Other Translations King James Version (KJV) For even hereunto were ye called: because Christ also suffered for us, leaving us an example, that ye should follow his steps:
American Standard Version (ASV) For hereunto were ye called: because Christ also suffered for you, leaving you an example, that ye should follow his steps:
Bible in Basic English (BBE) This is God's purpose for you: because Jesus himself underwent punishment for you, giving you an example, so that you might go in his footsteps:
Darby English Bible (DBY) For to this have ye been called; for Christ also has suffered for you, leaving you a model that ye should follow in his steps:
World English Bible (WEB) For to this you were called, because Christ also suffered for us, leaving you{TR reads "us" instead of "you"} an example, that you should follow his steps,
Young's Literal Translation (YLT) for to this ye were called, because Christ also did suffer for you, leaving to you an example, that ye may follow his steps,
Cross Reference Psalm 85:13 in Oriya 13 ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।
Matthew 10:38 in Oriya 38 ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।
Matthew 11:29 in Oriya 29 ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
Matthew 16:24 in Oriya 24 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
Mark 8:34 in Oriya 34 ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
Luke 9:23 in Oriya 23 ସେତବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
Luke 14:26 in Oriya 26 କେହି ଯେବେ ମୋ’ ପାଖକୁ ଆସି ନିଜର ବାପା, ମା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ଅଧିକ ପ୍ରେମ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।
Luke 24:26 in Oriya 26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?
John 13:15 in Oriya 15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।
John 16:33 in Oriya 33 ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।
Acts 9:16 in Oriya 16 ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।
Acts 14:22 in Oriya 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Acts 17:3 in Oriya 3 ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ,ଏହାର ସ୍ପଷ୍ଟ ପ୍ରମାଣ ଦେଲେ।
Romans 8:29 in Oriya 29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
1 Corinthians 11:1 in Oriya 1 ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।
Ephesians 5:2 in Oriya 2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
Philippians 2:5 in Oriya 5 ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
1 Thessalonians 3:3 in Oriya 3 ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥି ନିମନ୍ତେ ନିରୁପିତ ବୋଲି ତୁମ୍ଭେମାନେ ତ ଜାଣ।
1 Thessalonians 4:2 in Oriya 2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ।
2 Timothy 3:12 in Oriya 12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।
Hebrews 2:10 in Oriya 10 କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା।
1 Peter 1:20 in Oriya 20 ସେ ଜଗତର ପତ୍ତନ ପୂର୍ବରୁ ନିରୁପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;
1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
1 Peter 3:9 in Oriya 9 ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
1 Peter 3:18 in Oriya 18 ଯେଣୁ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
1 Peter 4:1 in Oriya 1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
1 John 2:6 in Oriya 6 ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ।
1 John 3:16 in Oriya 16 ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ୍।
Revelation 12:11 in Oriya 11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।