1 Peter 2:23 in Oriya 23 ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
Other Translations King James Version (KJV) Who, when he was reviled, reviled not again; when he suffered, he threatened not; but committed himself to him that judgeth righteously:
American Standard Version (ASV) who, when he was reviled, reviled not again; when he suffered threatened not; but committed `himself' to him that judgeth righteously:
Bible in Basic English (BBE) To sharp words he gave no sharp answer; when he was undergoing pain, no angry word came from his lips; but he put himself into the hands of the judge of righteousness:
Darby English Bible (DBY) who, [when] reviled, reviled not again; [when] suffering, threatened not; but gave [himself] over into the hands of him who judges righteously;
World English Bible (WEB) Who, when he was cursed, didn't curse back. When he suffered, didn't threaten, but committed himself to him who judges righteously;
Young's Literal Translation (YLT) who being reviled -- was not reviling again, suffering -- was not threatening, and was committing himself to Him who is judging righteously,
Cross Reference Genesis 18:25 in Oriya 25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?”
Psalm 7:11 in Oriya 11 ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।
Psalm 10:14 in Oriya 14 ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ।
Psalm 31:5 in Oriya 5 ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
Psalm 37:5 in Oriya 5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
Psalm 38:12 in Oriya 12 ମଧ୍ୟ ଯେଉଁମାନେ ମୋ' ପ୍ରାଣ ଚାହାନ୍ତି, ସେମାନେ ମୋ' ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।
Psalm 96:13 in Oriya 13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।
Isaiah 53:7 in Oriya 7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।
Matthew 27:39 in Oriya 39 ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
Mark 14:60 in Oriya 60 ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିରେ କିଛି ଉତ୍ତର ଦେଉ ନାହଁ ?
Mark 15:29 in Oriya 29 ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ ! ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
Luke 22:64 in Oriya 64 ପୁଣି, ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ ! କହ ତ କିଏ ତୋତେ ମାଇଲା ?
Luke 23:9 in Oriya 9 ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ।
Luke 23:34 in Oriya 34 ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ। ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
Luke 23:46 in Oriya 46 ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି। ଏହା କହି ସେ ପ୍ରାଣତ୍ୟାଗ କଲେ।
John 8:48 in Oriya 48 ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କ'ଣ ଆମ୍ଭେମାନେ ଠିକ କହୁ ନାହୁଁ ?
John 19:9 in Oriya 9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ।
Acts 4:29 in Oriya 29 ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
Acts 7:59 in Oriya 59 ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।
Acts 8:32 in Oriya 32 ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।
Acts 9:1 in Oriya 1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
Acts 17:31 in Oriya 31 କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Ephesians 6:9 in Oriya 9 ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି, ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।
2 Thessalonians 1:5 in Oriya 5 ଇଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଇଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
2 Timothy 1:12 in Oriya 12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
2 Timothy 4:8 in Oriya 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Hebrews 12:3 in Oriya 3 ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।
1 Peter 3:9 in Oriya 9 ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
1 Peter 4:19 in Oriya 19 ଅତଏବ, ଯେଉଁମାନେ ଇଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।