1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
Other Translations King James Version (KJV) Who his own self bare our sins in his own body on the tree, that we, being dead to sins, should live unto righteousness: by whose stripes ye were healed.
American Standard Version (ASV) who his own self bare our sins in his body upon the tree, that we, having died unto sins, might live unto righteousness; by whose stripes ye were healed.
Bible in Basic English (BBE) He took our sins on himself, giving his body to be nailed on the tree, so that we, being dead to sin, might have a new life in righteousness, and by his wounds we have been made well.
Darby English Bible (DBY) who himself bore our sins in his body on the tree, in order that, being dead to sins, we may live to righteousness: by whose stripes ye have been healed.
World English Bible (WEB) who his own self bore our sins in his body on the tree, that we, having died to sins, might live to righteousness; by whose stripes you were healed.
Young's Literal Translation (YLT) who our sins himself did bear in his body, upon the tree, that to the sins having died, to the righteousness we may live; by whose stripes ye were healed,
Cross Reference Exodus 28:38 in Oriya 38 ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।
Leviticus 16:22 in Oriya 22 ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।
Leviticus 22:9 in Oriya 9 ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।
Numbers 18:22 in Oriya 22 ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
Deuteronomy 21:22 in Oriya 22 ଆଉ କୌଣସି ମନୁଷ୍ୟ ମୃତ୍ୟୁୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ଡ ହୁଏ ଓ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ।
Psalm 38:4 in Oriya 4 କାରଣ ମୋହର ଅପରାଧ ମୋ' ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ' ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।
Psalm 147:3 in Oriya 3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
Isaiah 53:4 in Oriya 4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Malachi 4:2 in Oriya 2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
Matthew 5:20 in Oriya 20 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
Matthew 8:17 in Oriya 17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।
Matthew 27:26 in Oriya 26 ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
Luke 1:74 in Oriya 74 ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,
Luke 4:18 in Oriya 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
John 1:29 in Oriya 29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଇଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
John 19:1 in Oriya 1 ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ।
Acts 5:30 in Oriya 30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି।
Acts 10:35 in Oriya 35 କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି।
Acts 10:39 in Oriya 39 ପୁଣି, ସେ ଯିହୂଦୀମାନଙ୍କ ଦେଶ ଓ ଯିରୂଶାଲମରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ।
Acts 13:29 in Oriya 29 ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖା ଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।
Romans 6:2 in Oriya 2 ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା ?
Romans 6:7 in Oriya 7 ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି।
Romans 6:11 in Oriya 11 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଇଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।
Romans 6:13 in Oriya 13 କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଇଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଇଶ୍ବରଙ୍କ ନିକଟରେ ସମର୍ପଣ କର।
Romans 6:16 in Oriya 16 ମୃତ୍ୟୁଜନକ ପାପ କିମ୍ବା ଧାର୍ମିିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କ'ଣ ଜାଣ ନାହିଁ ?
Romans 6:22 in Oriya 22 କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଇଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।
Romans 7:6 in Oriya 6 କିନ୍ତୁ ଯଦ୍ୱାରା ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ଏବେ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାର ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ।
2 Corinthians 6:17 in Oriya 17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”
Galatians 3:13 in Oriya 13 ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
Ephesians 5:9 in Oriya 9 (କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ଵରୂପ),
Philippians 1:11 in Oriya 11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
Colossians 2:20 in Oriya 20 ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ,
Colossians 3:3 in Oriya 3 କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।
Hebrews 7:26 in Oriya 26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
Hebrews 9:28 in Oriya 28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
Hebrews 12:13 in Oriya 13 ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।
James 5:16 in Oriya 16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ।
1 Peter 4:1 in Oriya 1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
1 John 2:29 in Oriya 29 ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ।
1 John 3:7 in Oriya 7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;
Revelation 22:2 in Oriya 2 ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।