1 Peter 2:25 in Oriya 25 କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।
Other Translations King James Version (KJV) For ye were as sheep going astray; but are now returned unto the Shepherd and Bishop of your souls.
American Standard Version (ASV) For ye were going astray like sheep; but are now returned unto the Shepherd and Bishop of your souls.
Bible in Basic English (BBE) Because, like sheep, you had gone out of the way; but now you have come back to him who keeps watch over your souls.
Darby English Bible (DBY) For ye were going astray as sheep, but have now returned to the shepherd and overseer of your souls.
World English Bible (WEB) For you were going astray like sheep; but are now returned to the Shepherd and Overseer{"Overseer" is from the Greek episkopon, which can mean overseer, curator, guardian, or superintendent.} of your souls.
Young's Literal Translation (YLT) for ye were as sheep going astray, but ye turned back now to the shepherd and overseer of your souls.
Cross Reference Psalm 23:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
Psalm 80:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍- ଏଦୂତ୍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
Psalm 119:176 in Oriya 176 ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।
Song of Solomon 1:7 in Oriya 7 ହେ ମୋ' ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?
Isaiah 40:11 in Oriya 11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
Isaiah 53:6 in Oriya 6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
Jeremiah 23:2 in Oriya 2 ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।
Ezekiel 34:6 in Oriya 6 ଆମ୍ଭର ମେଷଗଣ ପର୍ବତସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।”
Ezekiel 34:11 in Oriya 11 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Ezekiel 37:24 in Oriya 24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Matthew 9:36 in Oriya 36 ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।
Matthew 18:12 in Oriya 12 ତୁମ୍ଭେମାନେ କ'ଣ ମନେ କଲ ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ ?
Luke 15:4 in Oriya 4 ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ , ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ ?
John 10:11 in Oriya 11 ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
Hebrews 3:1 in Oriya 1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;
Hebrews 13:20 in Oriya 20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
1 Peter 5:4 in Oriya 4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।