1 Peter 2:6 in Oriya 6 କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।
Other Translations King James Version (KJV) Wherefore also it is contained in the scripture, Behold, I lay in Sion a chief corner stone, elect, precious: and he that believeth on him shall not be confounded.
American Standard Version (ASV) Because it is contained in scripture, Behold, I lay in Zion a chief corner stone, elect, precious: And he that believeth on him shall not be put to shame.
Bible in Basic English (BBE) Because it is said in the Writings, See, I am placing a keystone in Zion, of great and special value; and the man who has faith in him will not be put to shame.
Darby English Bible (DBY) Because it is contained in the scripture: Behold, I lay in Zion a corner stone, elect, precious: and he that believes on him shall not be put to shame.
World English Bible (WEB) Because it is contained in Scripture, "Behold, I lay in Zion a chief cornerstone, chosen, and precious: He who believes in him will not be disappointed."
Young's Literal Translation (YLT) Wherefore, also, it is contained in the Writing: `Lo, I lay in Zion a chief corner-stone, choice, precious, and he who is believing on him may not be put to shame;'
Cross Reference Psalm 40:14 in Oriya 14 ମୋ' ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ' କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।
Psalm 89:19 in Oriya 19 ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
Isaiah 28:16 in Oriya 16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
Isaiah 41:11 in Oriya 11 ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।
Isaiah 42:1 in Oriya 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।
Isaiah 45:16 in Oriya 16 ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।
Isaiah 50:7 in Oriya 7 କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।
Isaiah 54:4 in Oriya 4 ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
Daniel 10:21 in Oriya 21 ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।”
Zechariah 10:4 in Oriya 4 ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।
Matthew 12:18 in Oriya 18 ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରିବା, ଆଉ ସେ ଅଣଯିହୂଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ।
Mark 12:10 in Oriya 10 ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
Luke 23:35 in Oriya 35 ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଇଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।
John 7:38 in Oriya 38 ଯେ ମୋ'ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।
Acts 1:16 in Oriya 16 ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
Romans 9:32 in Oriya 32 କାହିଁକି ? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
Romans 10:11 in Oriya 11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
Ephesians 1:4 in Oriya 4 ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
Ephesians 2:20 in Oriya 20 ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର;
2 Timothy 3:16 in Oriya 16 ସମସ୍ତ ଶାସ୍ତ୍ର ଇଶ୍ବରଙ୍କ ପ୍ରେରଣାରେ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
1 Peter 2:4 in Oriya 4 ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଇଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
2 Peter 1:20 in Oriya 20 ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,
2 Peter 3:16 in Oriya 16 ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହି ସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେ ସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।