1 Peter 3:12 in Oriya 12 କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।
Other Translations King James Version (KJV) For the eyes of the Lord are over the righteous, and his ears are open unto their prayers: but the face of the Lord is against them that do evil.
American Standard Version (ASV) For the eyes of the Lord are upon the righteous, And his ears unto their supplication: But the face of the Lord is upon them that do evil.
Bible in Basic English (BBE) For the eyes of the Lord are on the upright, and his ears are open to their prayers: but the face of the Lord is against those who do evil.
Darby English Bible (DBY) because [the] eyes of [the] Lord [are] on [the] righteous, and his ears towards their supplications; but [the] face of [the] Lord [is] against them that do evil.
World English Bible (WEB) For the eyes of the Lord are on the righteous, And his ears open to their prayer; But the face of the Lord is against those who do evil."
Young's Literal Translation (YLT) because the eyes of the Lord `are' upon the righteous, and His ears -- to their supplication, and the face of the Lord `is' upon those doing evil;'
Cross Reference Leviticus 17:10 in Oriya 10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
Leviticus 20:3 in Oriya 3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
Leviticus 20:6 in Oriya 6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
Leviticus 26:17 in Oriya 17 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
Deuteronomy 11:12 in Oriya 12 ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
2 Chronicles 7:15 in Oriya 15 ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ଆମ୍ଭର ଚକ୍ଷୁ ମୁକ୍ତ ଓ ଆମ୍ଭର କର୍ଣ୍ଣ ନିବିଷ୍ଟ ଥିବ।
2 Chronicles 16:9 in Oriya 9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
Psalm 11:4 in Oriya 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।
Psalm 34:15 in Oriya 15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
Psalm 65:2 in Oriya 2 ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।
Psalm 80:16 in Oriya 16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
Proverbs 15:3 in Oriya 3 ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।
Proverbs 15:8 in Oriya 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
Proverbs 15:29 in Oriya 29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
Jeremiah 21:10 in Oriya 10 କାରଣ ସଦାପ୍ରଭୁ କହନ୍ତି, ‘ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।'”
Ezekiel 15:7 in Oriya 7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Zechariah 4:10 in Oriya 10 କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି ? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।
John 9:31 in Oriya 31 ଈଶ୍ୱର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ୱରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତା'ର କଥା ଶୁଣନ୍ତି।
James 5:16 in Oriya 16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ।