1 Peter 3:15 in Oriya 15 କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
Other Translations King James Version (KJV) But sanctify the Lord God in your hearts: and be ready always to give an answer to every man that asketh you a reason of the hope that is in you with meekness and fear:
American Standard Version (ASV) but sanctify in your hearts Christ as Lord: `being' ready always to give answer to every man that asketh you a reason concerning the hope that is in you, yet with meekness and fear:
Bible in Basic English (BBE) But give honour to Christ in your hearts as your Lord; and be ready at any time when you are questioned about the hope which is in you, to give an answer in the fear of the Lord and without pride;
Darby English Bible (DBY) but sanctify [the] Lord the Christ in your hearts, and [be] always prepared to [give] an answer [to] every one that asks you to give an account of the hope that [is] in you, but with meekness and fear;
World English Bible (WEB) But sanctify the Lord God in your hearts; and always be ready to give an answer to everyone who asks you a reason concerning the hope that is in you, with humility and fear:
Young's Literal Translation (YLT) and the Lord God sanctify in your hearts. And `be' ready always for defence to every one who is asking of you an account concerning the hope that `is' in you, with meekness and fear;
Cross Reference Numbers 20:12 in Oriya 12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”
1 Samuel 12:7 in Oriya 7 ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
Psalm 119:46 in Oriya 46 ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
Isaiah 29:23 in Oriya 23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।
Jeremiah 26:12 in Oriya 12 ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।
Amos 7:14 in Oriya 14 ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟକୁ କହିଲେ, “ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ୱିରି ବୃକ୍ଷର କୃଷକ ଥିଲି;
Matthew 10:18 in Oriya 18 ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୂଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।
Luke 21:14 in Oriya 14 ଅତଏବ କ'ଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;
Acts 4:8 in Oriya 8 ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,
Acts 5:29 in Oriya 29 କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଇଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।
Acts 21:39 in Oriya 39 ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୂଦୀ, ତାର୍ଷ ନଗରର ଲୋକ, କିଲିକିଆର ଏକ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।
Colossians 1:5 in Oriya 5 ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।
Colossians 1:23 in Oriya 23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।
Colossians 1:27 in Oriya 27 ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;
Colossians 4:6 in Oriya 6 ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।
2 Timothy 2:25 in Oriya 25 ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,
Titus 1:2 in Oriya 2 ଇଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି;
Hebrews 3:6 in Oriya 6 କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
Hebrews 6:1 in Oriya 1 ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ ପରିବର୍ତ୍ତନ, ଈଶ୍ୱରଙ୍କଠାରେ ବିଶ୍ୱାସ,
Hebrews 6:18 in Oriya 18 ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଇଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।
1 Peter 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
1 Peter 1:17 in Oriya 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
1 Peter 3:2 in Oriya 2 ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ।
1 Peter 3:4 in Oriya 4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଇଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।