1 Peter 3:18 in Oriya 18 ଯେଣୁ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
Other Translations King James Version (KJV) For Christ also hath once suffered for sins, the just for the unjust, that he might bring us to God, being put to death in the flesh, but quickened by the Spirit:
American Standard Version (ASV) Because Christ also suffered for sins once, the righteous for the unrighteous, that he might bring us to God; being put to death in the flesh, but made alive in the spirit;
Bible in Basic English (BBE) Because Christ once went through pain for sins, the upright one taking the place of sinners, so that through him we might come back to God; being put to death in the flesh, but given life in the Spirit;
Darby English Bible (DBY) for Christ indeed has once suffered for sins, [the] just for [the] unjust, that he might bring us to God; being put to death in flesh, but made alive in [the] Spirit,
World English Bible (WEB) Because Christ also suffered for sins once, the righteous for the unrighteous, that he might bring you to God; being put to death in the flesh, but made alive in the spirit;
Young's Literal Translation (YLT) because also Christ once for sin did suffer -- righteous for unrighteous -- that he might lead us to God, having been put to death indeed, in the flesh, and having been made alive in the spirit,
Cross Reference Isaiah 53:4 in Oriya 4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
Daniel 9:26 in Oriya 26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Matthew 27:19 in Oriya 19 ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।
Matthew 27:24 in Oriya 24 ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାଁନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ।
Acts 3:14 in Oriya 14 ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ,
Acts 22:14 in Oriya 14 ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
Romans 1:4 in Oriya 4 କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଇଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ
Romans 4:25 in Oriya 25 ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ।
Romans 5:2 in Oriya 2 ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଇଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
Romans 5:6 in Oriya 6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।
Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
Romans 8:11 in Oriya 11 ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।
2 Corinthians 1:24 in Oriya 24 ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକାର୍ଯ୍ୟକାରୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।
2 Corinthians 5:21 in Oriya 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ।
2 Corinthians 13:4 in Oriya 4 ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଇଶ୍ବରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଇଶ୍ବରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।
Galatians 1:4 in Oriya 4 ସେ ଆମ୍ଭମାନଙ୍କ ପିତା ଇଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
Galatians 3:13 in Oriya 13 ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
Ephesians 2:16 in Oriya 16 ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଇଶ୍ବରଙ୍କ ସହିତ ମିଳିତ କରାନ୍ତି।
Colossians 1:21 in Oriya 21 ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ୱରଙ୍କଠାରୁ ପୃଥକ୍ ଓ ମନରେ ତାହାଙ୍କର ଶତ୍ରୁ ଥିଲ,
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Hebrews 9:26 in Oriya 26 ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି।
Hebrews 9:28 in Oriya 28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
James 5:6 in Oriya 6 ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ।
1 Peter 2:21 in Oriya 21 ଏଥି ନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
1 Peter 4:1 in Oriya 1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
1 Peter 4:6 in Oriya 6 କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଇଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ।
1 John 1:9 in Oriya 9 ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।