1 Peter 4:14 in Oriya 14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଇଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
Other Translations King James Version (KJV) If ye be reproached for the name of Christ, happy are ye; for the spirit of glory and of God resteth upon you: on their part he is evil spoken of, but on your part he is glorified.
American Standard Version (ASV) If ye are reproached for the name of Christ, blessed `are ye'; because the `Spirit' of glory and the Spirit of God resteth upon you.
Bible in Basic English (BBE) If men say evil things of you because of the name of Christ, happy are you; for the Spirit of glory and of God is resting on you.
Darby English Bible (DBY) If ye are reproached in [the] name of Christ, blessed [are ye]; for the [Spirit] of glory and the Spirit of God rests upon you: [on their part he is blasphemed, but on your part he is glorified.]
World English Bible (WEB) If you are insulted for the name of Christ, blessed are you; because the Spirit of glory and of God rests on you. On their part he is blasphemed, but on your part he is glorified.
Young's Literal Translation (YLT) if ye be reproached in the name of Christ -- happy `are ye', because the Spirit of glory and of God upon you doth rest; in regard, indeed, to them, he is evil-spoken of, and in regard to you, he is glorified;
Cross Reference Numbers 11:25 in Oriya 25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
1 Kings 10:8 in Oriya 8 ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କ ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଛିଡ଼ା ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।
2 Kings 2:15 in Oriya 15 ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଯେଉଁ ପୁତ୍ରମାନେ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା। ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।
Psalm 32:1 in Oriya 1 ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
Psalm 49:9 in Oriya 9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
Psalm 89:51 in Oriya 51 ହେ ସଦାପ୍ରଭୁ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
Psalm 146:5 in Oriya 5 ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;
Isaiah 11:2 in Oriya 2 ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
Isaiah 51:7 in Oriya 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Matthew 5:11 in Oriya 11 ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
Matthew 5:16 in Oriya 16 ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
Luke 6:22 in Oriya 22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
John 7:47 in Oriya 47 ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କ'ଣ ଭ୍ରାନ୍ତ ହୋଇଅଛ?
John 8:48 in Oriya 48 ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କ'ଣ ଆମ୍ଭେମାନେ ଠିକ କହୁ ନାହୁଁ ?
John 9:28 in Oriya 28 ସେଥିରେ ସେମାନେ ତାକୁ ଗାଳି ଦେଇ କହିଲେ, ତୁ ତାହାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ।
John 9:34 in Oriya 34 ସେମାନେ ତାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ ? ସେଥିରେ ସେମାନେ ତାକୁ ବାହାର କରିଦେଲେ।
John 15:21 in Oriya 21 କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।
Acts 13:45 in Oriya 45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା।
Acts 18:6 in Oriya 6 କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି।
2 Corinthians 12:10 in Oriya 10 ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
Galatians 1:24 in Oriya 24 ଆଉ ସେମାନେ ମୋ' ସକାଶେ ଇଶ୍ବରଙ୍କ ପ୍ରଶଂସା କରୁଥିଲେ।
2 Thessalonians 1:10 in Oriya 10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
Hebrews 11:26 in Oriya 26 ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ।
James 1:12 in Oriya 12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।
James 5:11 in Oriya 11 ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।
1 Peter 2:12 in Oriya 12 ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଇଶ୍ବରଙ୍କ ଗୌରବ କରିବେ।
1 Peter 2:19 in Oriya 19 କାରଣ କେହି ଯେବେ ଈଶ୍ୱରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ।
1 Peter 3:14 in Oriya 14 ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;
1 Peter 3:16 in Oriya 16 ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।
1 Peter 4:4 in Oriya 4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
2 Peter 2:2 in Oriya 2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ।