1 Peter 4:17 in Oriya 17 କାରଣ ଇଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଇଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !
Other Translations King James Version (KJV) For the time is come that judgment must begin at the house of God: and if it first begin at us, what shall the end be of them that obey not the gospel of God?
American Standard Version (ASV) For the time `is come' for judgment to begin at the house of God: and if `it begin' first at us, what `shall be' the end of them that obey not the gospel of God?
Bible in Basic English (BBE) For the time has come for the judging, starting with the church of God; but if it makes a start with us, what will be the end of those who are not under the rule of God?
Darby English Bible (DBY) For the time of having the judgment begin from the house of God [is come]; but if first from us, what [shall be] the end of those who obey not the glad tidings of God?
World English Bible (WEB) For the time has come for judgment to begin at the house of God. If it begins first with us, what will happen to those who don't obey the Gospel of God?
Young's Literal Translation (YLT) because it is the time of the beginning of the judgment from the house of God, and if first from us, what the end of those disobedient to the good news of God?
Cross Reference Isaiah 10:12 in Oriya 12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।
Jeremiah 25:29 in Oriya 29 କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗରପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥ୍ୱୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା', ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Jeremiah 49:12 in Oriya 12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।”
Ezekiel 9:6 in Oriya 6 ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।
Amos 3:2 in Oriya 2 “ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।”
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 3:9 in Oriya 9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।
Matthew 11:20 in Oriya 20 ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ ପରିବର୍ତ୍ତନ କରି ନ ଥିଲେ।
Luke 10:12 in Oriya 12 ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।
Luke 12:47 in Oriya 47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,
Luke 23:31 in Oriya 31 କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କ'ଣ ନ ଘଟିବ ?
Romans 2:9 in Oriya 9 ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,
Galatians 3:1 in Oriya 1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।
Galatians 5:7 in Oriya 7 ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ ?
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
Hebrews 2:2 in Oriya 2 କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,
Hebrews 2:4 in Oriya 4 ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
Hebrews 5:9 in Oriya 9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
Hebrews 11:8 in Oriya 8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।
Hebrews 12:24 in Oriya 24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।
1 Peter 2:8 in Oriya 8 ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।