1 Peter 4:3 in Oriya 3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
Other Translations King James Version (KJV) For the time past of our life may suffice us to have wrought the will of the Gentiles, when we walked in lasciviousness, lusts, excess of wine, revellings, banquetings, and abominable idolatries:
American Standard Version (ASV) For the time past may suffice to have wrought the desire of the Gentiles, and to have walked in lasciviousness, lusts, winebibbings, revellings, carousings, and abominable idolatries:
Bible in Basic English (BBE) Because for long enough, in times past, we have been living after the way of the Gentiles, given up to the desires of the flesh, to drinking and feasting and loose behaviour and unclean worship of images;
Darby English Bible (DBY) For the time past [is] sufficient [for us] to have wrought the will of the Gentiles, walking in lasciviousness, lusts, wine-drinking, revels, drinkings, and unhallowed idolatries.
World English Bible (WEB) For we have spent enough of our past time doing the desire of the Gentiles, and having walked in lewdness, lusts, drunken binges, orgies, carousings, and abominable idolatries.
Young's Literal Translation (YLT) for sufficient to us `is' the past time of life the will of the nations to have wrought, having walked in lasciviousnesses, desires, excesses of wines, revelings, drinking-bouts, and unlawful idolatries,
Cross Reference Deuteronomy 12:30 in Oriya 30 ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି ‘ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି ? ଆମ୍ଭେ ମଧ୍ୟ ସେହିପରି କରିବା, ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
2 Samuel 13:28 in Oriya 28 ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,' ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ'ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
1 Kings 21:26 in Oriya 26 ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।
2 Chronicles 15:8 in Oriya 8 ଏଥିରେ ଆସା ଏହିସବୁ କଥା ଓ ଓଦେଦ୍ ଭବିଷ୍ୟଦ୍-ବକ୍ତାର ଭବିଷ୍ୟତ୍ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।
Proverbs 23:29 in Oriya 29 କାହାର ହାହାକାର ? କାହାର ଓକାର ? କାହାର କଳି ? କାହାର ବକାବକି ? କାହାର ଅକାରଣ କ୍ଷତ ? କାହାର ରକ୍ତବର୍ଣ୍ଣ ଚକ୍ଷୁ ?
Isaiah 5:11 in Oriya 11 ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 28:7 in Oriya 7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
Isaiah 65:4 in Oriya 4 ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;
Jeremiah 16:18 in Oriya 18 ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
Ezekiel 44:6 in Oriya 6 ପୁଣି, ତୁମ୍ଭେ ବିଦ୍ରୋହୀମାନଙ୍କୁ, ଅର୍ଥାତ୍, ଇସ୍ରାଏଲ ବଂଶକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ହେ ଇସ୍ରାଏଲ ବଂଶ, ତୁମ୍ଭମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ହେଉ,
Ezekiel 45:9 in Oriya 9 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Mark 7:22 in Oriya 22 ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୁର୍ଖତା;
Acts 17:30 in Oriya 30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
Romans 1:20 in Oriya 20 ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
Romans 8:12 in Oriya 12 ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନ ଯାପନ କରିବାକୁ ଶରୀର ନିକଟରେ ନୁହେଁ;
Romans 13:13 in Oriya 13 ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
1 Corinthians 6:11 in Oriya 11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।
1 Corinthians 12:2 in Oriya 2 ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୂଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ।
2 Corinthians 12:21 in Oriya 21 କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ।
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Galatians 5:21 in Oriya 21 ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
Ephesians 2:2 in Oriya 2 ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Ephesians 5:18 in Oriya 18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
1 Thessalonians 4:5 in Oriya 5 ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,
Titus 3:3 in Oriya 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
1 Peter 1:14 in Oriya 14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
Jude 1:4 in Oriya 4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଇଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
Revelation 17:4 in Oriya 4 ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;