1 Peter 5:2 in Oriya 2 ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଇଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଇଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
Other Translations King James Version (KJV) Feed the flock of God which is among you, taking the oversight thereof, not by constraint, but willingly; not for filthy lucre, but of a ready mind;
American Standard Version (ASV) Tend the flock of God which is among you, exercising the oversight, not of constraint, but willingly, according to `the will of' God; nor yet for filthy lucre, but of a ready mind;
Bible in Basic English (BBE) Keep watch over the flock of God which is in your care, using your authority, not as forced to do so, but gladly; and not for unclean profit but with a ready mind;
Darby English Bible (DBY) shepherd the flock of God which [is] among you, exercising oversight, not by necessity, but willingly; not for base gain, but readily;
World English Bible (WEB) Shepherd the flock of God which is among you, exercising the oversight, not under compulsion, but voluntarily, not for dishonest gain, but willingly;
Young's Literal Translation (YLT) feed the flock of God that `is' among you, overseeing not constrainedly, but willingly, neither for filthy lucre, but of a ready mind,
Cross Reference Psalm 78:71 in Oriya 71 ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।
Song of Solomon 1:8 in Oriya 8 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।
Isaiah 6:8 in Oriya 8 ଏଥିଉତ୍ତାରେ “ମୁଁ କାହାକୁ ପଠାଇବି ? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”
Isaiah 40:11 in Oriya 11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
Isaiah 56:11 in Oriya 11 ଆହୁରି, ସେହି କୁକୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
Isaiah 63:11 in Oriya 11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
Jeremiah 6:13 in Oriya 13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
Jeremiah 8:10 in Oriya 10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
Jeremiah 13:17 in Oriya 17 ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
Jeremiah 13:20 in Oriya 20 ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ ?
Ezekiel 34:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Ezekiel 34:31 in Oriya 31 “ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
Micah 5:4 in Oriya 4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।
Micah 7:14 in Oriya 14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
Zechariah 11:17 in Oriya 17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର ! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ଼୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।
Malachi 1:10 in Oriya 10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”
Luke 12:32 in Oriya 32 ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ବର୍ଗସ୍ଥ ପିତାଙ୍କର ମହା ଆନନ୍ଦ।
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
Acts 20:26 in Oriya 26 ଏ ହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ମୁକ୍ତ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।
Acts 20:33 in Oriya 33 ମୁଁ କାହାରି ରୁପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।
Acts 21:13 in Oriya 13 ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।
Romans 1:15 in Oriya 15 ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।
1 Corinthians 9:7 in Oriya 7 କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ ?
1 Corinthians 9:16 in Oriya 16 କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର।
2 Corinthians 12:14 in Oriya 14 ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ,ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ୍।
1 Timothy 3:3 in Oriya 3 ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,
1 Timothy 3:8 in Oriya 8 ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,
Titus 1:7 in Oriya 7 କାରଣ ଅଧ୍ୟକ୍ଷ, ଇଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,
Titus 1:11 in Oriya 11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Titus 3:1 in Oriya 1 କର୍ତ୍ତୃପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,
Philemon 1:14 in Oriya 14 କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲାପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ।
Hebrews 12:15 in Oriya 15 କାଳେ କେହି ଇଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
2 Peter 2:3 in Oriya 3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
Revelation 18:12 in Oriya 12 ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ବସ୍ତ୍ର, ପଟୁବସ୍ତ୍ର, ସିନ୍ଦୁରବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଷ୍ଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର (ମାର୍ବଲ୍) ନିର୍ମିତ ସମସ୍ତ ପ୍ରକାର ବସ୍ତୁ,