1 Samuel 10:1 in Oriya 1 ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି ?
Other Translations King James Version (KJV) Then Samuel took a vial of oil, and poured it upon his head, and kissed him, and said, Is it not because the LORD hath anointed thee to be captain over his inheritance?
American Standard Version (ASV) Then Samuel took the vial of oil, and poured it upon his head, and kissed him, and said, Is it not that Jehovah hath anointed thee to be prince over his inheritance?
Bible in Basic English (BBE) Then Samuel took the bottle of oil, and put the oil on his head and gave him a kiss and said, Is not the Lord with the holy oil making you ruler over Israel, his people? and you will have authority over the people of the Lord, and you will make them safe from the hands of their attackers round about them, and this will be the sign for you:
Darby English Bible (DBY) Then Samuel took the vial of oil, and poured it upon his head, and kissed him, and said, Is it not because Jehovah has anointed thee prince over his inheritance?
Webster's Bible (WBT) Then Samuel took a vial of oil, and poured it upon his head, and kissed him, and said, Is it not because the LORD hath anointed thee to be captain over his inheritance?
World English Bible (WEB) Then Samuel took the vial of oil, and poured it on his head, and kissed him, and said, Isn't it that Yahweh has anointed you to be prince over his inheritance?
Young's Literal Translation (YLT) And Samuel taketh the vial of the oil, and poureth on his head, and kisseth him, and saith, `Is it not because Jehovah hath appointed thee over His inheritance for leader?
Cross Reference Exodus 19:5 in Oriya 5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Deuteronomy 32:9 in Oriya 9 କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।
Joshua 5:14 in Oriya 14 ତହୁଁ ସେ କହିଲେ, ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ; ତହିଁରେ ଯିହୋଶୂୟ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉ ଅଛନ୍ତି?
1 Samuel 2:10 in Oriya 10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।
1 Samuel 8:9 in Oriya 9 ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ୱ କରିବେ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ।
1 Samuel 8:19 in Oriya 19 ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;
1 Samuel 9:16 in Oriya 16 କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।
1 Samuel 13:14 in Oriya 14 ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।
1 Samuel 16:13 in Oriya 13 ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।
1 Samuel 24:6 in Oriya 6 ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।
1 Samuel 26:11 in Oriya 11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋ'ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା।
2 Samuel 5:2 in Oriya 2 ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ୱ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।”
2 Samuel 19:39 in Oriya 39 ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା।
1 Kings 19:18 in Oriya 18 ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ସେ ସମସ୍ତଙ୍କ ଆଣ୍ଠୁ ବାଲ୍ ସମ୍ମୁଖରେ ନତ ହୋଇ ନାହିଁ ଓ ସେ ପ୍ରତ୍ୟେକର ମୁଖ ତାହାକୁ ଚୁମ୍ବନ କରି ନାହିଁ।”
2 Kings 9:1 in Oriya 1 ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍ବକ୍ତାଗଣଙ୍କ ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍ ଗିଲୀୟଦକୁ ଯାଅ।
2 Kings 9:3 in Oriya 3 ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”
2 Kings 20:5 in Oriya 5 ଯଥା, “ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।
Psalm 2:12 in Oriya 12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
Psalm 78:71 in Oriya 71 ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।
Psalm 135:4 in Oriya 4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।
Jeremiah 10:16 in Oriya 16 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Hosea 13:2 in Oriya 2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।
Acts 13:21 in Oriya 21 ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ୱର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।
1 Thessalonians 5:26 in Oriya 26 ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର।
Hebrews 2:10 in Oriya 10 କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା।
Revelation 5:8 in Oriya 8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।