1 Samuel 15:11 in Oriya 11 ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ। ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
Other Translations King James Version (KJV) It repenteth me that I have set up Saul to be king: for he is turned back from following me, and hath not performed my commandments. And it grieved Samuel; and he cried unto the LORD all night.
American Standard Version (ASV) It repenteth me that I have set up Saul to be king; for he is turned back from following me, and hath not performed my commandments. And Samuel was wroth; and he cried unto Jehovah all night.
Bible in Basic English (BBE) It is no longer my pleasure for Saul to be king; for he is turned back from going in my ways, and has not done my orders. And Samuel was very sad, crying to the Lord in prayer all night.
Darby English Bible (DBY) It repenteth me that I have set up Saul to be king; for he is turned away from following me, and hath not fulfilled my words. And Samuel was much grieved; and he cried to Jehovah all night.
Webster's Bible (WBT) I repent that I have set up Saul to be king: for he is turned back from following me, and hath not performed my commandments. And it grieved Samuel; and he cried to the LORD all night.
World English Bible (WEB) It repents me that I have set up Saul to be king; for he is turned back from following me, and has not performed my commandments. Samuel was angry; and he cried to Yahweh all night.
Young's Literal Translation (YLT) `I have repented that I caused Saul to reign for king, for he hath turned back from after Me, and My words he hath not performed;' and it is displeasing to Samuel, and he crieth unto Jehovah all the night.
Cross Reference Genesis 6:6 in Oriya 6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।
Joshua 22:16 in Oriya 16 “ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, “ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ ଲଘଂନ କରିଅଛ, ଏ କ'ଣ ?
1 Samuel 12:23 in Oriya 23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
1 Samuel 13:13 in Oriya 13 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାଆନ୍ତେ।
1 Samuel 15:3 in Oriya 3 ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।
1 Samuel 15:9 in Oriya 9 ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରୀ ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।
1 Samuel 15:35 in Oriya 35 ମାତ୍ର ଶାଉଲଙ୍କର ମରଣଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।
2 Samuel 24:16 in Oriya 16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
1 Kings 9:6 in Oriya 6 ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
Psalm 36:3 in Oriya 3 ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନାମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।
Psalm 78:41 in Oriya 41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମ ସ୍ୱରୂପଙ୍କୁ ବିରକ୍ତ କଲେ।
Psalm 78:57 in Oriya 57 ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।
Psalm 109:4 in Oriya 4 ମୋ' ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।
Psalm 110:4 in Oriya 4 ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
Psalm 119:136 in Oriya 136 ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ' ଚକ୍ଷୁରୁ ଜଳଧାରା ବହୁଅଛି।
Psalm 125:5 in Oriya 5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
Jeremiah 9:1 in Oriya 1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !
Jeremiah 9:18 in Oriya 18 ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।”
Jeremiah 13:17 in Oriya 17 ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
Jeremiah 18:7 in Oriya 7 ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବା;
Amos 7:3 in Oriya 3 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
Jonah 3:10 in Oriya 10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।
Jonah 4:2 in Oriya 2 ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି ? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।
Zephaniah 1:6 in Oriya 6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।
Matthew 5:44 in Oriya 44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
Matthew 24:13 in Oriya 13 ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
Luke 6:12 in Oriya 12 ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଇଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ।
Luke 19:41 in Oriya 41 ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
Romans 9:1 in Oriya 1 ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,
Hebrews 10:38 in Oriya 38 ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।