1 Samuel 15:23 in Oriya 23 ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
Other Translations King James Version (KJV) For rebellion is as the sin of witchcraft, and stubbornness is as iniquity and idolatry. Because thou hast rejected the word of the LORD, he hath also rejected thee from being king.
American Standard Version (ASV) For rebellion is as the sin of witchcraft, and stubbornness is as idolatry and teraphim. Because thou hast rejected the word of Jehovah, he hath also rejected thee from being king.
Bible in Basic English (BBE) For to go against his orders is like the sin of those who make use of secret arts, and pride is like giving worship to images. Because you have put away from you the word of the Lord, he has put you from your place as king.
Darby English Bible (DBY) For rebellion is [as] the sin of divination, And selfwill is [as] iniquity and idolatry. Because thou hast rejected the word of Jehovah, He hath also rejected thee from being king.
Webster's Bible (WBT) For rebellion is as the sin of witchcraft, and stubbornness is as iniquity and idolatry. Because thou hast rejected the word of the LORD, he hath also rejected thee from being king.
World English Bible (WEB) For rebellion is as the sin of witchcraft, and stubbornness is as idolatry and teraphim. Because you have rejected the word of Yahweh, he has also rejected you from being king.
Young's Literal Translation (YLT) for a sin of divination `is' rebellion, and iniquity and teraphim `is' stubbornness; because thou hast rejected the word of Jehovah, He also doth reject thee from `being' king.'
Cross Reference Genesis 31:19 in Oriya 19 ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।
Genesis 31:34 in Oriya 34 ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।
Exodus 22:18 in Oriya 18 ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।
Leviticus 20:6 in Oriya 6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
Leviticus 20:27 in Oriya 27 ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”
Numbers 14:9 in Oriya 9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।
Deuteronomy 9:7 in Oriya 7 ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
Deuteronomy 9:24 in Oriya 24 ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।
Deuteronomy 18:10 in Oriya 10 ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
Joshua 22:16 in Oriya 16 “ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, “ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ ଲଘଂନ କରିଅଛ, ଏ କ'ଣ ?
1 Samuel 2:30 in Oriya 30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।
1 Samuel 12:14 in Oriya 14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;
1 Samuel 13:14 in Oriya 14 ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।
1 Samuel 16:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।
2 Kings 17:15 in Oriya 15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ।
1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
Job 34:37 in Oriya 37 ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି।”
Psalm 107:11 in Oriya 11 ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଛାୟାରେ ବସିଲେ;
Isaiah 8:19 in Oriya 19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ'ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ'ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?
Isaiah 19:3 in Oriya 3 ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।
Jeremiah 28:16 in Oriya 16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।'”
Jeremiah 29:32 in Oriya 32 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ,' ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।”
Ezekiel 2:5 in Oriya 5 ସେମାନେ ବିଦ୍ରୋହୀ-ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।
2 Corinthians 6:16 in Oriya 16 ପ୍ରତିମା ସହିତ ଇଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଇଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।
Galatians 5:20 in Oriya 20 କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।