1 Samuel 2:1 in Oriya 1 ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।
Other Translations King James Version (KJV) And Hannah prayed, and said, My heart rejoiceth in the LORD, mine horn is exalted in the LORD: my mouth is enlarged over mine enemies; because I rejoice in thy salvation.
American Standard Version (ASV) And Hannah prayed, and said: My heart exulteth in Jehovah; My horn is exalted in Jehovah; My mouth is enlarged over mine enemies; Because I rejoice in thy salvation.
Bible in Basic English (BBE) And Hannah, in prayer before the Lord, said, My heart is glad in the Lord, my horn is lifted up in the Lord: my mouth is open wide over my haters; because my joy is in your salvation.
Darby English Bible (DBY) And Hannah prayed, and said, My heart exulteth in Jehovah, my horn is lifted up in Jehovah; my mouth is opened wide over mine enemies; for I rejoice in thy salvation.
Webster's Bible (WBT) And Hannah prayed, and said, My heart rejoiceth in the LORD, my horn is exalted in the LORD; my mouth is enlarged over my enemies; because I rejoice in thy salvation.
World English Bible (WEB) Hannah prayed, and said: My heart exults in Yahweh; My horn is exalted in Yahweh; My mouth is enlarged over my enemies; Because I rejoice in your salvation.
Young's Literal Translation (YLT) And Hannah prayeth, and saith: `My heart hath exulted in Jehovah, My horn hath been high in Jehovah, My mouth hath been large over mine enemies, For I have rejoiced in Thy salvation.
Cross Reference Exodus 15:1 in Oriya 1 ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।
Exodus 15:21 in Oriya 21 ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”
Judges 5:1 in Oriya 1 ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍ ଗାୟନ କରି କହିଲେ:
1 Samuel 2:1 in Oriya 1 ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।
Nehemiah 11:17 in Oriya 17 ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ-ବଂଶଜାତ ଗାଲଲର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ।
Psalm 9:14 in Oriya 14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନର ଲୋକମାନଙ୍କ ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
Psalm 13:5 in Oriya 5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
Psalm 18:2 in Oriya 2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
Psalm 20:5 in Oriya 5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।
Psalm 35:9 in Oriya 9 ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
Psalm 51:15 in Oriya 15 ହେ ପ୍ରଭୁ, ମୋ' ଓଷ୍ଠାଧର ଫିଟାଅ, ତହିଁରେ ମୋ' ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
Psalm 71:8 in Oriya 8 ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।
Psalm 75:10 in Oriya 10 “ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।”
Psalm 89:17 in Oriya 17 କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।
Psalm 89:24 in Oriya 24 ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।
Psalm 92:10 in Oriya 10 ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।
Psalm 112:8 in Oriya 8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।
Psalm 118:14 in Oriya 14 ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Habakkuk 3:1 in Oriya 1 ହବକ୍କୂକ ଭବିଷ୍ୟଦ୍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍।
Habakkuk 3:18 in Oriya 18 ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
Luke 1:46 in Oriya 46 ଏଥିରେ ମରୀୟମ କହିଲେ, ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,
Luke 1:69 in Oriya 69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
Romans 5:11 in Oriya 11 ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।
Philippians 3:3 in Oriya 3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଇଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
Philippians 4:4 in Oriya 4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
Philippians 4:6 in Oriya 6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଇଶ୍ବରଙ୍କ ନିକଟରେ ଜଣାଅ।
1 Peter 1:8 in Oriya 8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।