1 Samuel 30:6 in Oriya 6 ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।
Other Translations King James Version (KJV) And David was greatly distressed; for the people spake of stoning him, because the soul of all the people was grieved, every man for his sons and for his daughters: but David encouraged himself in the LORD his God.
American Standard Version (ASV) And David was greatly distressed; for the people spake of stoning him, because the soul of all the people was grieved, every man for his sons and for his daughters: but David strengthened himself in Jehovah his God.
Bible in Basic English (BBE) And David was greatly troubled; for the people were talking of stoning him, because their hearts were bitter, every man sorrowing for his sons and his daughters: but David made himself strong in the Lord his God.
Darby English Bible (DBY) And David was greatly distressed; for the people spoke of stoning him; for the soul of all the people was embittered, every man because of his sons and because of his daughters; but David strengthened himself in Jehovah his God.
Webster's Bible (WBT) And David was greatly distressed: for the people spoke of stoning him, because the soul of all the people was grieved, every man for his sons, and for his daughters: but David encouraged himself in the LORD his God.
World English Bible (WEB) David was greatly distressed; for the people spoke of stoning him, because the soul of all the people was grieved, every man for his sons and for his daughters: but David strengthened himself in Yahweh his God.
Young's Literal Translation (YLT) and David hath great distress, for the people have said to stone him, for the soul of all the people hath been bitter, each for his sons and for his daughters; and David doth strengthen himself in Jehovah his God.
Cross Reference Genesis 32:7 in Oriya 7 ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,
Exodus 17:4 in Oriya 4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ'ଣ କରିବି ? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”
Numbers 14:10 in Oriya 10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।
Judges 18:25 in Oriya 25 ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।
1 Samuel 1:10 in Oriya 10 ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।
2 Samuel 17:8 in Oriya 8 ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।
2 Kings 4:27 in Oriya 27 ଏଥିଉତ୍ତାରେ ସେ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋ'ଠାରୁ ତାହା ଗୋପନରେ ରଖିଅଛନ୍ତି, ପୁଣି ତାହା ମୋତେ ଜଣାଇ ନାହାନ୍ତି।”
Job 13:15 in Oriya 15 ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।
Psalm 18:6 in Oriya 6 ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ' ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
Psalm 25:17 in Oriya 17 ମୋ' ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର।
Psalm 26:1 in Oriya 1 ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।
Psalm 27:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ' ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ?
Psalm 27:14 in Oriya 14 ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ୍ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
Psalm 34:1 in Oriya 1 ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋ' ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
Psalm 40:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
Psalm 42:5 in Oriya 5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ' ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।
Psalm 42:7 in Oriya 7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ' ଉପରେ ଯାଇଅଛି।
Psalm 42:11 in Oriya 11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ' ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ' ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Psalm 56:3 in Oriya 3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
Psalm 56:11 in Oriya 11 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କ'ଣ କରି ପାରିବ ?
Psalm 62:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ। ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
Psalm 62:5 in Oriya 5 ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
Psalm 62:8 in Oriya 8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା
Psalm 116:3 in Oriya 3 ମୃତ୍ୟୁୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି।
Psalm 116:10 in Oriya 10 ମୁଁ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି; “ମୁଁ ନିତାନ୍ତ ଦୁଃଖଗ୍ରସ୍ତ ଥିଲି,”
Psalm 118:8 in Oriya 8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
Proverbs 18:10 in Oriya 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
Isaiah 25:4 in Oriya 4 କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।
Isaiah 37:14 in Oriya 14 ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା।
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Habakkuk 3:17 in Oriya 17 କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
Matthew 21:9 in Oriya 9 ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।
Matthew 27:22 in Oriya 22 ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ'ଣ କରିବା ? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ।
John 8:59 in Oriya 59 ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।
Romans 4:18 in Oriya 18 “ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ।
Romans 4:20 in Oriya 20 ବରଂ ଇଶ୍ବରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ୱାସ ହେତୁ ସନ୍ଦେହ କଲେ ନାହିଁ,
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?
2 Corinthians 1:6 in Oriya 6 କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି।
2 Corinthians 1:8 in Oriya 8 କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
2 Corinthians 4:8 in Oriya 8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
2 Corinthians 7:5 in Oriya 5 କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ।
Hebrews 13:6 in Oriya 6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ ମନୁଷ୍ୟ ମୋହର କ'ଣ କରିବ ?