1 Samuel 7:6 in Oriya 6 ତହୁଁ ସେମାନେ ମିସ୍ପୀରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହିଦିନ ଉପବାସ କରି ସେହିଠାରେ କହିଲେ, ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଏଉତ୍ତାରେ ଶାମୁୟେଲ ମିସ୍ପୀରେ ଇସ୍ରାଏଲ-ସନ୍ତାନଗଣର ବିଚାର କଲେ।
Other Translations King James Version (KJV) And they gathered together to Mizpeh, and drew water, and poured it out before the LORD, and fasted on that day, and said there, We have sinned against the LORD. And Samuel judged the children of Israel in Mizpeh.
American Standard Version (ASV) And they gathered together to Mizpah, and drew water, and poured it out before Jehovah, and fasted on that day, and said there, We have sinned against Jehovah. And Samuel judged the children of Israel in Mizpah.
Bible in Basic English (BBE) So they came together to Mizpah, and got water, draining it out before the Lord, and they took no food that day, and they said, We have done evil against the Lord. And Samuel was judge of the children of Israel in Mizpah.
Darby English Bible (DBY) And they gathered together to Mizpah, and drew water, and poured it out before Jehovah, and fasted on that day, and said there, We have sinned against Jehovah. And Samuel judged the children of Israel in Mizpah.
Webster's Bible (WBT) And they assembled at Mizpeh, and drew water, and poured it out before the LORD, and fasted on that day, and there said, We have sinned against the LORD. And Samuel judged the children of Israel in Mizpeh.
World English Bible (WEB) They gathered together to Mizpah, and drew water, and poured it out before Yahweh, and fasted on that day, and said there, We have sinned against Yahweh. Samuel judged the children of Israel in Mizpah.
Young's Literal Translation (YLT) And they are gathered to Mizpeh, and draw water, and pour out before Jehovah, and fast on that day, and say there, `We have sinned against Jehovah;' and Samuel judgeth the sons of Israel in Mizpeh.
Cross Reference Leviticus 26:40 in Oriya 40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
Judges 3:10 in Oriya 10 ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା।
Judges 10:10 in Oriya 10 ତେଣୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍ ଦେବତାଗଣର ସେବା କରିଅଛୁ।
1 Samuel 1:15 in Oriya 15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।
2 Samuel 14:14 in Oriya 14 ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଙ୍କଳ୍ପ କରନ୍ତି।
1 Kings 8:47 in Oriya 47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
2 Chronicles 20:3 in Oriya 3 ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।
Ezra 8:21 in Oriya 21 ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ।
Ezra 9:5 in Oriya 5 ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋ' ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁ ପାତି ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
Nehemiah 9:1 in Oriya 1 ସେହି ମାସର ଚବିଶତମ ଦିନରେ ଇସ୍ରାଏଲ ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ଉପରେ ମାଟି ଦେଲେ।
Nehemiah 9:27 in Oriya 27 ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
Job 16:20 in Oriya 20 ମୋ' ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;
Job 33:27 in Oriya 27 ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
Job 40:4 in Oriya 4 “ଦେଖ, ମୁଁ ଅକିଞ୍ଚନ; ତୁମ୍ଭକୁ କି ଉତ୍ତର ଦେବି ? ମୁଁ ନିଜ ମୁଖରେ ଆପଣା ହାତ ଦିଏ।
Job 42:6 in Oriya 6 ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।
Psalm 6:6 in Oriya 6 ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
Psalm 38:3 in Oriya 3 ତୁମ୍ଭ କୋପ ସକାଶୁ ମୋ' ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋ' ପାପ ସକାଶୁ ମୋ' ଅସ୍ଥିରେ କିଛି ଆରାମ ନାହିଁ।
Psalm 42:3 in Oriya 3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”
Psalm 62:8 in Oriya 8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା
Psalm 106:6 in Oriya 6 ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।
Psalm 119:136 in Oriya 136 ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ' ଚକ୍ଷୁରୁ ଜଳଧାରା ବହୁଅଛି।
Jeremiah 3:13 in Oriya 13 ସଦାପ୍ରଭୁ କହନ୍ତି, “ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।”
Jeremiah 9:1 in Oriya 1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !
Jeremiah 31:19 in Oriya 19 ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।'
Lamentations 2:11 in Oriya 11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋ' ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
Lamentations 2:18 in Oriya 18 ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।
Lamentations 3:49 in Oriya 49 ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ୱର୍ଗରୁ ଅନାଇ ନ ଦେଖନ୍ତି,
Ezekiel 20:4 in Oriya 4 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ ? ତୁମ୍ଭେ କି ସେମାନଙ୍କର ବିଚାର କରିବ ? ସେମାନଙ୍କ ପିତୃପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,”
Daniel 9:3 in Oriya 3 ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
Joel 2:12 in Oriya 12 ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।”
Jonah 3:1 in Oriya 1 ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
Luke 15:18 in Oriya 18 ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଇଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;