Cross Reference Genesis 15:16 in Oriya 16 ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
Isaiah 45:22 in Oriya 22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
Joel 2:30 in Oriya 30 ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
Zechariah 5:6 in Oriya 6 ତହିଁରେ ମୁଁ କହିଲି, “ଏ କଅଣ ?” ତହୁଁ ସେ କହିଲେ, “ଏହା ଐଫା (ଚାଳିଶ ଲିଟର)-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 4:5 in Oriya 5 ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।
Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Matthew 3:12 in Oriya 12 ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”
Matthew 12:45 in Oriya 45 ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ।
Matthew 21:41 in Oriya 41 ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।
Matthew 22:6 in Oriya 6 ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ।
Matthew 23:32 in Oriya 32 ତୁମ୍ଭେମାନେ ନିଜ ନିଜ ପିତୃପୁରୁଷଙ୍କର ପରିମାଣ ପୂର୍ଣ୍ଣ କର।
Matthew 24:6 in Oriya 6 ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ।
Matthew 24:14 in Oriya 14 ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।
Matthew 24:21 in Oriya 21 କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
Mark 16:16 in Oriya 16 ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
Luke 11:50 in Oriya 50 ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
Luke 19:42 in Oriya 42 ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।
Luke 21:20 in Oriya 20 କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ।
Acts 4:12 in Oriya 12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।
Acts 11:2 in Oriya 2 ଆଉ, ଯେତେବେଳେ ପିତର ଯିରୂଶାଲମକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ,
Acts 11:17 in Oriya 17 ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ୱର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ୱରଙ୍କୁ ପ୍ରତିରୋଧ କରି ପାରିଥାନ୍ତି ?
Acts 13:45 in Oriya 45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା।
Acts 13:50 in Oriya 50 କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।
Acts 14:2 in Oriya 2 କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।
Acts 14:5 in Oriya 5 ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
Acts 14:19 in Oriya 19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।
Acts 17:5 in Oriya 5 କିନ୍ତୁ ଯିହୂଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।
Acts 17:13 in Oriya 13 କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୂଦୀମାନେ ଜାଣିଲେ ଯେ, ଇଶ୍ବରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ।
Acts 18:12 in Oriya 12 କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୂଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
Acts 19:9 in Oriya 9 କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।
Acts 21:27 in Oriya 27 ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଆସିଆର ଯିହୂଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,
Acts 22:21 in Oriya 21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ।
Romans 10:13 in Oriya 13 କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।
Galatians 5:11 in Oriya 11 କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି ? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ।
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Ephesians 3:13 in Oriya 13 ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ।
1 Thessalonians 1:10 in Oriya 10 ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା।
2 Thessalonians 2:10 in Oriya 10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି।
1 Timothy 2:4 in Oriya 4 ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।
Hebrews 6:8 in Oriya 8 କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।
Hebrews 10:27 in Oriya 27 ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।
James 5:1 in Oriya 1 ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।
Revelation 22:11 in Oriya 11 ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ।