1 Thessalonians 2:2 in Oriya 2 ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଇଶ୍ବରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଇଶ୍ବରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ।
Other Translations King James Version (KJV) But even after that we had suffered before, and were shamefully entreated, as ye know, at Philippi, we were bold in our God to speak unto you the gospel of God with much contention.
American Standard Version (ASV) but having suffered before and been shamefully treated, as ye know, at Philippi, we waxed bold in our God to speak unto you the gospel of God in much conflict.
Bible in Basic English (BBE) But after we had first undergone much pain and been cruelly attacked as you saw, at Philippi, by the help of God we gave you the good news without fear, though everything was against us.
Darby English Bible (DBY) but, having suffered before and been insulted, even as ye know, in Philippi, we were bold in our God to speak unto you the glad tidings of God with much earnest striving.
World English Bible (WEB) but having suffered before and been shamefully treated, as you know, at Philippi, we grew bold in our God to tell you the Gospel of God in much conflict.
Young's Literal Translation (YLT) but having both suffered before, and having been injuriously treated (as ye have known) in Philippi, we were bold in our God to speak unto you the good news of God in much conflict,
Cross Reference Acts 4:13 in Oriya 13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
Acts 4:20 in Oriya 20 କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହି ସବୁ ନ କହି ରହି ନ ପାରୁ।
Acts 4:31 in Oriya 31 ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଇଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
Acts 5:41 in Oriya 41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Acts 6:9 in Oriya 9 କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆ ଅଞ୍ଚଳମାନଙ୍କରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
Acts 14:3 in Oriya 3 ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।
Acts 15:1 in Oriya 1 ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।
Acts 16:12 in Oriya 12 ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।
Acts 16:22 in Oriya 22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।
Acts 16:37 in Oriya 37 କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ,ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛନ୍ତି ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ।
Acts 17:2 in Oriya 2 ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
Acts 17:17 in Oriya 17 ତେଣୁ ସେ ସମାଜଗୃହରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ।
Acts 19:8 in Oriya 8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଇଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।
Ephesians 6:19 in Oriya 19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Philippians 1:27 in Oriya 27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
Colossians 2:1 in Oriya 1 କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାଁନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;
1 Thessalonians 1:5 in Oriya 5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।
2 Timothy 1:12 in Oriya 12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
Hebrews 11:36 in Oriya 36 ଅନ୍ୟମାନେ ବିଦ୍ରୁପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
1 Peter 2:14 in Oriya 14 ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।
Jude 1:3 in Oriya 3 ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।