1 Thessalonians 2:9 in Oriya 9 ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥି ନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଇଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।
Other Translations King James Version (KJV) For ye remember, brethren, our labour and travail: for labouring night and day, because we would not be chargeable unto any of you, we preached unto you the gospel of God.
American Standard Version (ASV) For ye remember, brethren, our labor and travail: working night and day, that we might not burden any of you, we preached unto you the gospel of God.
Bible in Basic English (BBE) For you have the memory, my brothers, of our trouble and care; how, working night and day, so that we might not be a trouble to any of you, we gave you the good news of God.
Darby English Bible (DBY) For ye remember, brethren, our labour and toil: working night and day, not to be chargeable to any one of you, we have preached to you the glad tidings of God.
World English Bible (WEB) For you remember, brothers, our labor and travail; for working night and day, that we might not burden any of you, we preached to you the Gospel of God.
Young's Literal Translation (YLT) for ye remember, brethren, our labour and travail, for, night and day working not to be a burden upon any of you, we did preach to you the good news of God;
Cross Reference Nehemiah 5:15 in Oriya 15 ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।
Nehemiah 5:18 in Oriya 18 ସେସମୟରେ ପ୍ରତି ଦିନ ଏକ ବଳଦ ଓ ଛଅଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋ' ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।
Psalm 32:4 in Oriya 4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ' ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। ସେଲା
Psalm 88:1 in Oriya 1 ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍। ସଦାପ୍ରଭୁ, ମୋ' ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;
Jeremiah 9:1 in Oriya 1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !
Luke 2:37 in Oriya 37 ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
Luke 18:7 in Oriya 7 ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?
Acts 18:3 in Oriya 3 ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ।
Acts 20:24 in Oriya 24 କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଇଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
Acts 20:31 in Oriya 31 ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
Acts 20:34 in Oriya 34 ମୋର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୁରଣ ନିମନ୍ତେ ସେବା କରି ଆସୁଛି, ନିଜେ ଏହା ତୁମ୍ଭେମାନେ ଜାଣ।
Romans 1:1 in Oriya 1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,
Romans 15:16 in Oriya 16 କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଇଶ୍ବରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି।
Romans 15:19 in Oriya 19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
1 Corinthians 4:12 in Oriya 12 ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,
1 Corinthians 9:6 in Oriya 6 କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କ'ଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ ?
1 Corinthians 9:15 in Oriya 15 କିନ୍ତୁ ମୁଁ ଏହି ସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋ' ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହି ସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ।
1 Corinthians 9:18 in Oriya 18 ତେବେ ମୋହର ପୁରସ୍କାର କ'ଣ ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ।
2 Corinthians 6:5 in Oriya 5 ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,
2 Corinthians 11:9 in Oriya 9 କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲିି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।
2 Corinthians 12:13 in Oriya 13 କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ ? ମୋହର ଏହି ଦୋଷ କ୍ଷମା କର।
Philippians 4:16 in Oriya 16 କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ।
1 Thessalonians 1:3 in Oriya 3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;
1 Thessalonians 2:2 in Oriya 2 ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଇଶ୍ବରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଇଶ୍ବରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ।
1 Thessalonians 2:6 in Oriya 6 ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରି ପାରିଥାନ୍ତୁ, ତଥାପି ତୁମ୍ଭମାନଙ୍କର ଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ।
1 Thessalonians 3:10 in Oriya 10 ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରି ପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ।
2 Thessalonians 3:7 in Oriya 7 କାରଣ କିପରି ଅାମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ୍, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,
1 Timothy 1:11 in Oriya 11 ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଇଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।
1 Timothy 4:10 in Oriya 10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ୱର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ୱାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।
1 Timothy 5:5 in Oriya 5 ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଇଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;
2 Timothy 1:3 in Oriya 3 ପିତୃପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ୱରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;