1 Thessalonians 3:13 in Oriya 13 ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।
Other Translations King James Version (KJV) To the end he may stablish your hearts unblameable in holiness before God, even our Father, at the coming of our Lord Jesus Christ with all his saints.
American Standard Version (ASV) to the end he may establish your hearts unblameable in holiness before our God and Father, at the coming of our Lord Jesus with all his saints.
Bible in Basic English (BBE) So that your hearts may be strong and free from all sin before our God and Father, at the coming of our Lord Jesus with all his saints.
Darby English Bible (DBY) in order to the confirming of your hearts unblamable in holiness before our God and Father at the coming of our Lord Jesus with all his saints.
World English Bible (WEB) to the end he may establish your hearts blameless in holiness before our God and Father, at the coming of our Lord Jesus with all his saints.
Young's Literal Translation (YLT) to the establishing your hearts blameless in sanctification before our God and Father, in the presence of our Lord Jesus Christ with all His saints.
Cross Reference Deuteronomy 33:2 in Oriya 2 ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”
Zechariah 14:5 in Oriya 5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ' ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।
Romans 14:4 in Oriya 4 ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
1 Corinthians 1:7 in Oriya 7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;
1 Corinthians 15:23 in Oriya 23 କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;
Ephesians 5:27 in Oriya 27 ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ , ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।
Philippians 1:10 in Oriya 10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଇଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,
Colossians 1:22 in Oriya 22 କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;
1 Thessalonians 2:19 in Oriya 19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ ? ତାହା କି ତୁମ୍ଭେମାନେ ନୁହଁ?
1 Thessalonians 3:11 in Oriya 11 ଆମ୍ଭମାନଙ୍କ ଈଶ୍ୱର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;
1 Thessalonians 4:15 in Oriya 15 ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ।
1 Thessalonians 5:23 in Oriya 23 ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
2 Thessalonians 1:10 in Oriya 10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
2 Thessalonians 2:1 in Oriya 1 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
1 Peter 5:10 in Oriya 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
1 John 3:20 in Oriya 20 ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରି ପାରିବା; କାରଣ ଈଶ୍ୱର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।
Jude 1:14 in Oriya 14 ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
Jude 1:24 in Oriya 24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,