1 Thessalonians 3:2 in Oriya 2 ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଇଶ୍ବରଙ୍କ ସହକାର୍ଯ୍ୟକାରୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,
Other Translations King James Version (KJV) And sent Timotheus, our brother, and minister of God, and our fellowlabourer in the gospel of Christ, to establish you, and to comfort you concerning your faith:
American Standard Version (ASV) and sent Timothy, our brother and God's minister in the gospel of Christ, to establish you, and to comfort `you' concerning your faith;
Bible in Basic English (BBE) We sent Timothy, our brother and God's servant in the good news of Christ, to give you strength and comfort in your faith;
Darby English Bible (DBY) and sent Timotheus, our brother and fellow-workman under God in the glad tidings of Christ, to confirm you and encourage [you] concerning your faith,
World English Bible (WEB) and sent Timothy, our brother and God's servant in the Gospel of Christ, to establish you, and to comfort you concerning your faith;
Young's Literal Translation (YLT) and did send Timotheus -- our brother, and a ministrant of God, and our fellow-workman in the good news of the Christ -- to establish you, and to comfort you concerning your faith,
Cross Reference Acts 14:22 in Oriya 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Acts 16:1 in Oriya 1 ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୂଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ।
Acts 16:5 in Oriya 5 ଏହି ପ୍ରକାରେ ମଣ୍ଡଳୀସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।
Acts 17:14 in Oriya 14 ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।
Acts 18:5 in Oriya 5 ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୂଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
Romans 16:21 in Oriya 21 ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
1 Corinthians 4:17 in Oriya 17 ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।
1 Corinthians 16:10 in Oriya 10 ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,
2 Corinthians 1:1 in Oriya 1 ପାଉଲ, ଇଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥରେ ଥିବା ଇଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;
2 Corinthians 1:19 in Oriya 19 କାରଣ ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍, ମୋ' ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାଁନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।
2 Corinthians 2:13 in Oriya 13 ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।
2 Corinthians 8:23 in Oriya 23 ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ।
Ephesians 6:21 in Oriya 21 ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;
Philippians 1:25 in Oriya 25 ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,
Philippians 2:19 in Oriya 19 କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି।
Colossians 1:1 in Oriya 1 ପାଉଲ, ଇଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା
Colossians 1:7 in Oriya 7 ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;
Colossians 4:9 in Oriya 9 ତାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।
Colossians 4:12 in Oriya 12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଇଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।
1 Thessalonians 3:13 in Oriya 13 ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।