1 Thessalonians 4:13 in Oriya 13 ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥି ନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।
Other Translations King James Version (KJV) But I would not have you to be ignorant, brethren, concerning them which are asleep, that ye sorrow not, even as others which have no hope.
American Standard Version (ASV) But we would not have you ignorant, brethren, concerning them that fall asleep; that ye sorrow not, even as the rest, who have no hope.
Bible in Basic English (BBE) But it is our desire, brothers, that you may be certain about those who are sleeping; so that you may have no need for sorrow, as others have who are without hope.
Darby English Bible (DBY) But we do not wish you to be ignorant, brethren, concerning them that are fallen asleep, to the end that ye be not grieved even as also the rest who have no hope.
World English Bible (WEB) But we don't want you to be ignorant, brothers, concerning those who have fallen asleep, so that you don't grieve like the rest, who have no hope.
Young's Literal Translation (YLT) And I do not wish you to be ignorant, brethren, concerning those who have fallen asleep, that ye may not sorrow, as also the rest who have not hope,
Cross Reference Genesis 37:35 in Oriya 35 ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି। ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।
Leviticus 19:28 in Oriya 28 ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Deuteronomy 14:1 in Oriya 1 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।
2 Samuel 12:19 in Oriya 19 ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍ଫୁସ୍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି ?” ସେମାନେ କହିଲେ, “ମଲାଣି।”
2 Samuel 18:33 in Oriya 33 ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥା'ନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”
1 Kings 1:21 in Oriya 21 ନୋହିଲେ ମୋ' ପ୍ରଭୁ ମହାରାଜ ଆପଣା ପିତୃ-ଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋ' ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।
1 Kings 2:10 in Oriya 10 ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।
Job 1:21 in Oriya 21 ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”
Job 19:25 in Oriya 25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
Proverbs 14:32 in Oriya 32 ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।
Ezekiel 24:16 in Oriya 16 “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।
Ezekiel 37:11 in Oriya 11 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
Daniel 12:2 in Oriya 2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।
Matthew 27:52 in Oriya 52 ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
Luke 8:52 in Oriya 52 ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।
John 11:11 in Oriya 11 ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।
John 11:24 in Oriya 24 ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ।
Acts 7:60 in Oriya 60 ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା (ମୃତ୍ୟୁ) ବରଣ କଲେ।
Acts 8:2 in Oriya 2 ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।
Acts 13:36 in Oriya 36 ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ୱରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
Romans 1:13 in Oriya 13 ହେ ଭାଇମାନେ, ଅବଶିଷ୍ଟ ଅଣଯିହୂଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।
1 Corinthians 10:1 in Oriya 1 କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃପୁରୁଷ ସମସ୍ତେ ମେଘ ତଳେ ଥିଲେ,
1 Corinthians 12:1 in Oriya 1 ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।
1 Corinthians 15:6 in Oriya 6 ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି।
1 Corinthians 15:18 in Oriya 18 ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।
2 Corinthians 1:8 in Oriya 8 କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
Ephesians 2:12 in Oriya 12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର।
1 Thessalonians 4:15 in Oriya 15 ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ।
1 Thessalonians 5:10 in Oriya 10 ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ।
2 Peter 3:4 in Oriya 4 ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ ? କାରଣ ପିତୃପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।
2 Peter 3:8 in Oriya 8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।