Cross Reference Exodus 20:15 in Oriya 15 ତୁମ୍ଭେ ଚୋରି କରିବ ନାହିଁ।
Exodus 20:17 in Oriya 17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
Leviticus 19:11 in Oriya 11 ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।
Leviticus 19:13 in Oriya 13 ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।
Leviticus 25:14 in Oriya 14 ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ।
Leviticus 25:17 in Oriya 17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Deuteronomy 24:7 in Oriya 7 କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Deuteronomy 25:13 in Oriya 13 ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ।
Deuteronomy 32:35 in Oriya 35 ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।
1 Samuel 12:3 in Oriya 3 ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।
Job 31:13 in Oriya 13 ମୋ' ଦାସ କି ଦାସୀ ମୋ' ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
Psalm 94:1 in Oriya 1 ହେ ସଦାପ୍ରଭୁ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ତୁମ୍ଭେ ପ୍ରକାଶମାନ ହୁଅ।
Psalm 140:12 in Oriya 12 ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।
Proverbs 11:1 in Oriya 1 ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।
Proverbs 16:11 in Oriya 11 ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।
Proverbs 20:14 in Oriya 14 କିଣିବା ଲୋକ କହେ, ଭଲ ନୁହେଁ, ଭଲ ନୁହେଁ, ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
Proverbs 20:23 in Oriya 23 ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।
Proverbs 22:22 in Oriya 22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
Proverbs 28:24 in Oriya 24 ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ।
Ecclesiastes 5:8 in Oriya 8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
Isaiah 1:23 in Oriya 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Isaiah 5:7 in Oriya 7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।
Isaiah 59:4 in Oriya 4 କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।
Jeremiah 7:6 in Oriya 6 ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ;
Jeremiah 9:4 in Oriya 4 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ପ୍ରତିବାସୀ ନିନ୍ଦା ଘେନି ବୁଲିବ।
Ezekiel 22:13 in Oriya 13 “ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ।
Ezekiel 45:9 in Oriya 9 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Amos 8:5 in Oriya 5 “ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ ?
Micah 2:2 in Oriya 2 ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।
Zephaniah 3:1 in Oriya 1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।
Zephaniah 3:5 in Oriya 5 ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Mark 10:19 in Oriya 19 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।
Luke 12:5 in Oriya 5 କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର।
Romans 1:18 in Oriya 18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଇଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
Romans 12:19 in Oriya 19 ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଇଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା'।
Romans 13:4 in Oriya 4 କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଇଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଇଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି।
1 Corinthians 6:7 in Oriya 7 ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ। ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ ?
Galatians 5:21 in Oriya 21 ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Ephesians 4:28 in Oriya 28 ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥି ନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।
Ephesians 5:6 in Oriya 6 କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଇଶ୍ବରଙ୍କ କ୍ରୋଧ ବର୍ତ୍ତେ।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
Hebrews 13:4 in Oriya 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
James 2:6 in Oriya 6 କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କ'ଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ ?
James 5:4 in Oriya 4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।