1 Thessalonians 4:9 in Oriya 9 ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଇଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
Other Translations King James Version (KJV) But as touching brotherly love ye need not that I write unto you: for ye yourselves are taught of God to love one another.
American Standard Version (ASV) But concerning love of the brethren ye have no need that one write unto you: for ye yourselves are taught of God to love one another;
Bible in Basic English (BBE) But about loving the brothers, there is no need for me to say anything to you in this letter: for you have the teaching of God that love for one another is right and necessary;
Darby English Bible (DBY) Now concerning brotherly love ye have no need that we should write to you, for ye yourselves are taught of God to love one another.
World English Bible (WEB) But concerning brotherly love, you have no need that one write to you. For you yourselves are taught by God to love one another,
Young's Literal Translation (YLT) And concerning the brotherly love, ye have no need of `my' writing to you, for ye yourselves are God-taught to love one another,
Cross Reference Leviticus 19:8 in Oriya 8 ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Psalm 133:1 in Oriya 1 ଆରୋହଣ ଗୀତ, ଦାଉଦଙ୍କ ରଚିତ। ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର !
Isaiah 51:13 in Oriya 13 ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ ? ଆଉ, ସେ ଉପଦ୍ରବୀର କୋପ କାହିଁ ?
Jeremiah 31:34 in Oriya 34 ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ' ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
Matthew 22:39 in Oriya 39 ଦ୍ୱିତୀୟଟି ଏହାର ସଦୃଶ, ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
John 6:44 in Oriya 44 ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋ' ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
John 13:34 in Oriya 34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।
John 14:26 in Oriya 26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ' ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
John 15:12 in Oriya 12 ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।
Acts 4:32 in Oriya 32 ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
Romans 12:10 in Oriya 10 ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
Ephesians 5:1 in Oriya 1 ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଇଶ୍ବରଙ୍କ ଅନୁକାରୀ ହୁଅ;
1 Thessalonians 5:1 in Oriya 1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,
Hebrews 8:10 in Oriya 10 କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହି ସବୁ ଲେଖିବା,
Hebrews 10:16 in Oriya 16 କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହି ସବୁ ଲେଖିବା, ଏହା କହିଲା ଉତ୍ତାରେ ସେ କହନ୍ତି,
Hebrews 13:1 in Oriya 1 ଭ୍ରାତୃପ୍ରେମ ସ୍ଥିର ହୋଇଥାଉ।
1 Peter 3:8 in Oriya 8 ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
1 Peter 4:8 in Oriya 8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
2 Peter 1:7 in Oriya 7 ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି, ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର।
1 John 2:10 in Oriya 10 ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ।
1 John 2:20 in Oriya 20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।
1 John 3:11 in Oriya 11 କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
1 John 3:14 in Oriya 14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ।
1 John 3:23 in Oriya 23 ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।
1 John 4:7 in Oriya 7 ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ୱରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ୱରଙ୍କଠାରୁ ଜାତ ଓ ଈଶ୍ୱରଙ୍କୁ ଜାଣେ।
1 John 4:21 in Oriya 21 ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।