1 Thessalonians 5:3 in Oriya 3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।
Other Translations King James Version (KJV) For when they shall say, Peace and safety; then sudden destruction cometh upon them, as travail upon a woman with child; and they shall not escape.
American Standard Version (ASV) When they are saying, Peace and safety, then sudden destruction cometh upon them, as travail upon a woman with child; and they shall in no wise escape.
Bible in Basic English (BBE) When they say, There is peace and no danger, then sudden destruction will come on them, as birth-pains on a woman with child; and they will not be able to get away from it.
Darby English Bible (DBY) When they may say, Peace and safety, then sudden destruction comes upon them, as travail upon her that is with child; and they shall in no wise escape.
World English Bible (WEB) For when they are saying, "Peace and safety," then sudden destruction will come on them, like birth pains on a pregnant woman; and they will in no way escape.
Young's Literal Translation (YLT) for when they may say, Peace and surety, then sudden destruction doth stand by them, as the travail `doth' her who is with child, and they shall not escape;
Cross Reference Exodus 15:9 in Oriya 9 ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ଼୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।
Deuteronomy 29:19 in Oriya 19 ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।
Joshua 8:20 in Oriya 20 ଏ ଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।
Judges 18:27 in Oriya 27 ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
Judges 20:41 in Oriya 41 ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ।
2 Chronicles 32:19 in Oriya 19 ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିଲେ।
Psalm 10:11 in Oriya 11 ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”
Psalm 48:6 in Oriya 6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
Psalm 73:18 in Oriya 18 ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।
Proverbs 29:1 in Oriya 1 ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ।
Isaiah 21:3 in Oriya 3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।
Isaiah 30:13 in Oriya 13 ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।”
Isaiah 43:6 in Oriya 6 ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;
Isaiah 56:12 in Oriya 12 ପ୍ରତ୍ୟେକେ କହନ୍ତି, “ଆସ,” “ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”
Jeremiah 4:31 in Oriya 31 କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ' ପ୍ରାଣ ମୂର୍ଚ୍ଛିତ ହେଲା।”
Jeremiah 6:24 in Oriya 24 ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।
Jeremiah 13:21 in Oriya 21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ ?
Jeremiah 22:23 in Oriya 23 ହେ ଲିବାନୋନ୍ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।
Daniel 5:3 in Oriya 3 ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହିସବୁରେ ପାନ କଲେ।
Hosea 13:13 in Oriya 13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ୍ ନୁହେଁ।
Micah 4:9 in Oriya 9 ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବ ବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି ?
Nahum 1:10 in Oriya 10 କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।
Matthew 23:33 in Oriya 33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ ?
Matthew 24:37 in Oriya 37 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ।
Luke 17:26 in Oriya 26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;
Luke 21:34 in Oriya 34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
Acts 12:22 in Oriya 22 ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ।
Acts 13:41 in Oriya 41 “ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।”
2 Thessalonians 1:9 in Oriya 9 ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ ),
Hebrews 2:3 in Oriya 3 ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା ? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
Hebrews 12:23 in Oriya 23 ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,
2 Peter 2:4 in Oriya 4 କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି
Revelation 18:7 in Oriya 7 ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି,ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।