1 Timothy 1:10 in Oriya 10 ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;
Other Translations King James Version (KJV) For whoremongers, for them that defile themselves with mankind, for menstealers, for liars, for perjured persons, and if there be any other thing that is contrary to sound doctrine;
American Standard Version (ASV) for fornicators, for abusers of themselves with men, for menstealers, for liars, for false swearers, and if there be any other thing contrary to the sound doctrine;
Bible in Basic English (BBE) For those who go after loose women, for those with unnatural desires, for those who take men prisoners, who make false statements and false oaths, and those who do any other things against the right teaching,
Darby English Bible (DBY) fornicators, sodomites, kidnappers, liars, perjurers; and if any other thing is opposed to sound teaching,
World English Bible (WEB) for the sexually immoral, for homosexuals, for slave-traders, for liars, for perjurers, and for any other thing contrary to the sound doctrine;
Young's Literal Translation (YLT) whoremongers, sodomites, men-stealers, liars, perjured persons, and if there be any other thing that to sound doctrine is adverse,
Cross Reference Genesis 19:5 in Oriya 5 ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”
Genesis 37:27 in Oriya 27 ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାଏଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।
Genesis 40:15 in Oriya 15 କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।
Exodus 20:7 in Oriya 7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
Exodus 21:16 in Oriya 16 ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
Leviticus 18:22 in Oriya 22 ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
Leviticus 20:13 in Oriya 13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Deuteronomy 24:7 in Oriya 7 କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Ezekiel 17:16 in Oriya 16 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ।
Hosea 4:1 in Oriya 1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
Hosea 10:4 in Oriya 4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।
Zechariah 5:4 in Oriya 4 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”
Zechariah 8:17 in Oriya 17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 5:33 in Oriya 33 ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ।
Mark 7:21 in Oriya 21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ
John 8:44 in Oriya 44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।
Romans 1:26 in Oriya 26 ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Ephesians 5:3 in Oriya 3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
1 Timothy 6:3 in Oriya 3 କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
2 Timothy 1:13 in Oriya 13 ମୋଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ।
2 Timothy 4:3 in Oriya 3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
Titus 1:9 in Oriya 9 ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥି ନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ।
Titus 1:13 in Oriya 13 ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୂଦୀୟ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,
Titus 2:1 in Oriya 1 କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।
Hebrews 13:4 in Oriya 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
Jude 1:7 in Oriya 7 ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।
Revelation 18:13 in Oriya 13 ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।