1 Timothy 1:13 in Oriya 13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;
Other Translations King James Version (KJV) Who was before a blasphemer, and a persecutor, and injurious: but I obtained mercy, because I did it ignorantly in unbelief.
American Standard Version (ASV) though I was before a blasphemer, and a persecutor, and injurious: howbeit I obtained mercy, because I did it ignorantly in unbelief;
Bible in Basic English (BBE) Though I had said violent words against God, and done cruel acts, causing great trouble: but I was given mercy, because I did it without knowledge, not having faith;
Darby English Bible (DBY) who before was a blasphemer and persecutor, and an insolent overbearing [man]: but mercy was shewn me because I did it ignorantly, in unbelief.
World English Bible (WEB) although I was before a blasphemer, a persecutor, and insolent. However, I obtained mercy, because I did it ignorantly in unbelief.
Young's Literal Translation (YLT) who before was speaking evil, and persecuting, and insulting, but I found kindness, because, being ignorant, I did `it' in unbelief,
Cross Reference Numbers 15:30 in Oriya 30 ମାତ୍ର ଯେଉଁ ପ୍ରାଣୀ ଉର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Hosea 2:23 in Oriya 23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ‘ତୁମ୍ଭେ ଆମ୍ଭର ଲୋକ' ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।'”
Luke 12:47 in Oriya 47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,
Luke 23:34 in Oriya 34 ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ। ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
John 9:39 in Oriya 39 ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।
Acts 3:17 in Oriya 17 ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।
Acts 8:3 in Oriya 3 କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ।
Acts 9:1 in Oriya 1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
Acts 9:5 in Oriya 5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।
Acts 9:13 in Oriya 13 କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୂ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।
Acts 22:4 in Oriya 4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।
Acts 26:9 in Oriya 9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।
Romans 5:20 in Oriya 20 ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Romans 11:30 in Oriya 30 ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଇଶ୍ବରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,
1 Corinthians 7:25 in Oriya 25 କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି।
1 Corinthians 15:9 in Oriya 9 କାରଣ ଇଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।
Galatians 1:13 in Oriya 13 ପୂର୍ବେ ଯିହୂଦୀ ଧର୍ମରେ ମୋହର ଆଚାର ବ୍ୟବହାର ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଇଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
Philippians 3:6 in Oriya 6 ଉଦ୍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।
1 Timothy 1:16 in Oriya 16 ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥି ନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।
Hebrews 4:16 in Oriya 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Hebrews 6:4 in Oriya 4 କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ ହୋଇଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,
Hebrews 10:26 in Oriya 26 କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
1 Peter 2:10 in Oriya 10 ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଇଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।
2 Peter 2:21 in Oriya 21 କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା।