1 Timothy 1:9 in Oriya 9 ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,
Other Translations King James Version (KJV) Knowing this, that the law is not made for a righteous man, but for the lawless and disobedient, for the ungodly and for sinners, for unholy and profane, for murderers of fathers and murderers of mothers, for manslayers,
American Standard Version (ASV) as knowing this, that law is not made for a righteous man, but for the lawless and unruly, for the ungodly and sinners, for the unholy and profane, for murderers of fathers and murderers of mothers, for manslayers,
Bible in Basic English (BBE) With the knowledge that the law is made, not for the upright man, but for those who have no respect for law and order, for evil men and sinners, for the unholy and those who have no religion, for those who put their fathers or mothers to death, for takers of life,
Darby English Bible (DBY) knowing this, that law has not its application to a righteous person, but to [the] lawless and insubordinate, to [the] impious and sinful, to [the] unholy and profane, to smiters of fathers and smiters of mothers; to murderers,
World English Bible (WEB) as knowing this, that law is not made for a righteous man, but for the lawless and insubordinate, for the ungodly and sinners, for the unholy and profane, for murderers of fathers and murderers of mothers, for manslayers,
Young's Literal Translation (YLT) having known this, that for a righteous man law is not set, but for lawless and insubordinate persons, ungodly and sinners, impious and profane, parricides and matricides, men-slayers,
Cross Reference Genesis 9:5 in Oriya 5 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
Exodus 20:13 in Oriya 13 ତୁମ୍ଭେ ନରହତ୍ୟା କରିବ ନାହିଁ।
Exodus 21:14 in Oriya 14 ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।
Leviticus 20:9 in Oriya 9 ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
Numbers 35:30 in Oriya 30 ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।
Deuteronomy 21:6 in Oriya 6 ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ।
Deuteronomy 27:16 in Oriya 16 “ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍'।
2 Samuel 16:11 in Oriya 11 ଆହୁରି ଦାଉଦ ଅବିଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।
2 Samuel 17:1 in Oriya 1 ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।
2 Kings 19:37 in Oriya 37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର୍ ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା।
2 Chronicles 32:21 in Oriya 21 ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ-ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ଼୍ଗରେ ବଧ କଲେ।
Proverbs 20:20 in Oriya 20 ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।
Proverbs 28:17 in Oriya 17 ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।
Proverbs 28:24 in Oriya 24 ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ।
Proverbs 30:11 in Oriya 11 ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
Proverbs 30:17 in Oriya 17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରାକୁଆମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
Jeremiah 23:11 in Oriya 11 କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
Ezekiel 21:25 in Oriya 25 ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
Matthew 10:21 in Oriya 21 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।
Romans 1:30 in Oriya 30 ସେମାନେ ଚୁଗୁଲିଆ, ନିନ୍ଦକ, ଇଶ୍ବରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ,
Romans 4:13 in Oriya 13 କାରଣ ଅବ୍ରହାମ କିମ୍ବା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।
Romans 5:20 in Oriya 20 ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Romans 6:14 in Oriya 14 କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।
Galatians 3:10 in Oriya 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
Galatians 3:19 in Oriya 19 ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା ? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା।
Galatians 5:21 in Oriya 21 ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
Galatians 5:23 in Oriya 23 ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
2 Thessalonians 2:8 in Oriya 8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।
Titus 1:16 in Oriya 16 ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।
Titus 3:3 in Oriya 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
Hebrews 11:31 in Oriya 31 ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଚୋରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।
Hebrews 12:16 in Oriya 16 କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏବିଷୟରେ ସାବଧାନ ହୁଅ।
1 Peter 2:7 in Oriya 7 ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର
1 Peter 3:20 in Oriya 20 ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ୱର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;
1 Peter 4:18 in Oriya 18 ପୁଣି, ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।